ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୪୦ ହଜାରରୁ କମି ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୬ ଶହରୁ କମ୍ ରହିଛି।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩୯,୭୪୨ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୫୩୫ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୩,୧୩,୭୧,୯୦୧ ଓ ମୃତ୍ୟୁସଂଖ୍ୟା ୪,୨୦,୫୫୧ରେ ପହଞ୍ଚିଛି।

ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୩୯,୯୭୨ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୩,୦୫,୪୩,୧୩୮ରେ ପହଞ୍ଚିଛି।

Image Courtesy of The Financial Express

ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୪,୦୮,୨୧୨।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୪୩,୩୧,୫୦,୮୬୪ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଜୁଲାଇ ୨୪ ତାରିଖ ସୁଦ୍ଧା ସମୁଦାୟ ୪୫,୬୨,୮୯,୫୬୭ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୭,୧୮,୭୫୬ଟି ନମୁନା।

The post ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୯,୭୪୨ ନୂଆ କୋଭିଡ୍‌-୧୯ ସଂକ୍ରମିତ ଚିହ୍ନଟ, ମୃତ୍ୟୁସଂଖ୍ୟା ୫୩୫ first appeared on Sambad.

from କରୋନା | Sambad https://ift.tt/3wXMNLC