ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ସର୍ବାଧିକ ୫୯ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୩୫୮କୁ ବୃଦ୍ଧି ପାଇଛି।
Details of cases confirmed as death due to Covid-19, after due completion of death audit process:
1.A 34 years old Male of Angul District who was also suffering from Carcinoma in Tongue.
— H & FW Dept Odisha (@HFWOdisha) July 7, 2021
ଗତ ୨୪ ଘଣ୍ଟା ଭିତରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୦ ଜଣଙ୍କ ମୃତ୍ୟୁ ଘଟିଥିବା ଜଣାଯାଇଛି। ଏହାଛଡ଼ା ବରଗଡ଼ ଓ ଢେଙ୍କାନାଳରେ ୫ଜଣ ଲେଖାଏଁ, ଗଞ୍ଜାମରେ ୪, ଜଗତସିଂହପୁରରେ ୧ , ଯାଜପୁରରେ ୨, କଟକରେ ୨, କଳାହାଣ୍ଡିରେ ୩, କେନ୍ଦ୍ରାପଡ଼ାରେ ୩, କୋରାପୁଟରେ ୧, ଅନୁଗୁଳରେ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୟୂରଭଞ୍ଜରେ ୨, ନବରଙ୍ଗପୁରରେ ୩, ନୟାଗଡ଼ରେ ୪, ପୁରୀରେ ୫, ରାୟଗଡ଼ାରେ ୪ ଓ ସୁନ୍ଦରଗଡ଼ରେ ୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି।
ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୬୦୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୪୯୫ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୧୦୭ ଜଣ ସ୍ଥାନୀୟ ସଂକ୍ରମିତ। ନୂଆ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୨୯୭୮୮ରେ ପହଞ୍ଚିଛି। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୮୯୭୩୬୨ ଜଣ ଓ ଏବେ ବି ସକ୍ରିୟ ଅଛନ୍ତି ୨୮୦୧୫ ଜଣ।
The post ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ସର୍ବାଧିକ ୫୯ କରୋନା ସଂକ୍ରମିତଙ୍କ ମୃତ୍ୟୁ first appeared on Sambad.from କରୋନା | Sambad https://ift.tt/3yu5rMf
0 Comments