ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୬ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବାର ସୂଚନା ମିଳିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୬୬ ଜଣ ଲୋକଙ୍କ ସଂପର୍କରେ ସୂଚନା ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୮୩୪କୁ ବୃଦ୍ଧି ପାଇଛି।
ପ୍ରାପ୍ତ ସୂଚନା ଅନୁଯାୟୀ, ଏହି ୬୬ ମୃତକଙ୍କ ମଧ୍ୟରେ ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୧୧ଜଣ ଅଛନ୍ତି। ଅପରପକ୍ଷରେ ଖୋର୍ଦ୍ଧା ଜିଲ୍ଲାରୁ ୮ ଜଣ ଥିବା ଜଣାଯାଇଛି। ଏହାଛଡ଼ା କଟକ ଜିଲ୍ଲାରୁ ୧୦, ଭଦ୍ରକ ଜିଲ୍ଲାରୁ ୬, ଯାଜପୁର, ଗଞ୍ଜାମ ଓ ଜଗତସିଂହପୁର ଜିଲ୍ଲାରୁ ୫ ଜଣ ଲେଖାଏଁ, ପୁରୀ ଜିଲ୍ଲାରୁ ୪, ବାଲେଶ୍ବର, କେନ୍ଦ୍ରାପଡ଼ା ଓ ମୟୂରଭଞ୍ଜ ଜିଲ୍ଲାରୁ ୨ ଜଣ ଲେଖାଏଁ, କଳାହାଣ୍ଡି, କନ୍ଧମାଳ, କୋରାପୁଟ, ବୌଦ୍ଧ, ଦେବଗଡ଼ ଓ ଗଜପତି ଜିଲ୍ଲାରୁ ଜଣେ ଲେଖାଏଁ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି।
ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୫୫୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୯୦୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୬୫୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଣେ ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୯, ୭୫, ୬୯୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୯, ୫୩, ୦୮୮ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୬, ୭୧୫ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

The post ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୬ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ first appeared on Sambad.

from କରୋନା | Sambad https://ift.tt/3j2pviJ