ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୮ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବାର ସୂଚନା ମିଳିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୫୮ ଜଣ ଲୋକଙ୍କ ସଂପର୍କରେ ସୂଚନା ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୧୧୬କୁ ବୃଦ୍ଧି ପାଇଛି।
ପ୍ରାପ୍ତ ସୂଚନା ଅନୁଯାୟୀ, ଏହି ୫୮ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୯ ଜଣ ଅଛନ୍ତି। ଏହାଛଡ଼ା ବରଗଡ଼ରୁ ୭ ଜଣ, ଗଞ୍ଜାମ ରୁ ୫ ଜଣ, ବଲାଙ୍ଗୀରରୁ ୪, ଢେଙ୍କାନାଳରୁ ୪, ପୁରୀ, ସମ୍ବଲପୁର ଓ କଟକ ଜିଲ୍ଲାରୁ ୩ ଜଣ ଲେଖାଏଁ, ଅନୁଗୁଳ, ଭଦ୍ରକ ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହାଛଡ଼ା ବୌଦ୍ଧ, ଢେଙ୍କାନାଳ, ଯାଜପୁର, ଝାରସୁଗୁଡ଼ା ଓ ମୟୂରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ କରୋନାରେ ପ୍ରାଣ ହରାଇଛନ୍ତି।
ଉଲ୍ଲେଖଯୋଗ୍ୟ, ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧,୬୪୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୯୫୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୬୯୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି କଟକ ଜିଲ୍ଲାରୁ ସର୍ବାଧିକ ୩୩୫ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଏଣେ ଏପର୍ଯ୍ୟନ୍ତ ରାଜ୍ୟରେ ୯,୫୫, ୯୪୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୯, ୩୦, ୪୧୮ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୨୦, ୩୮୭ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

 

The post ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୮ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ first appeared on Sambad.

from କରୋନା | Sambad https://ift.tt/3wOEkdF