
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୪୧ ହଜାରରୁ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୫ ଶହରୁ ଅଧିକ ରହିଛି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪୧,୬୪୯ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୫୯୩ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୩,୧୬,୫୫,୮୨୪ ଓ ମୃତ୍ୟୁସଂଖ୍ୟା ୪,୨୪,୩୫୧ରେ ପହଞ୍ଚିଛି।
ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୩୯,୨୫୮ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୩,୦୮,୨୦,୫୨୧ରେ ପହଞ୍ଚିଛି।
ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୪,୧୦,୯୫୨।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୪୭,୦୨,୯୮,୫୯୬ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଜୁଲାଇ ୩୧ ତାରିଖ ସୁଦ୍ଧା ସମୁଦାୟ ୪୬,୮୨,୧୬,୫୧୦ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୭,୮୯,୪୭୨ଟି ନମୁନା।
The post ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୧,୮୩୧ ନୂଆ କୋଭିଡ୍-୧୯ ସଂକ୍ରମିତ ଚିହ୍ନଟ, ମୃତ୍ୟୁସଂଖ୍ୟା ୫୪୧ first appeared on Sambad.from କରୋନା | Sambad https://ift.tt/3zW5WiP
0 Comments