ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨,୦୮୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୧୯୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୮୮୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୨୮ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୭୩ ଜଣ, ବାଲେଶ୍ୱରରୁ ୧୧୩ ଜଣ, ବରଗଡ଼ରୁ ୧୫ ଜଣ, ଭଦ୍ରକରୁ ୧୭୩ ଜଣ, ବଲାଙ୍ଗୀରରୁ ୭ ଜଣ, ବୌଦ୍ଧରୁ ୩ ଜଣ, କଟକରୁ ୨୧୦ ଜଣ, ଦେବଗଡ଼ରୁ ୪ ଜଣ, ଢେଙ୍କାନାଳରୁ ୪୧ ଜଣ, ଗଜପତିରୁ ୧୯ ଜଣ, ଗଞ୍ଜାମରୁ ୧୪ ଜଣ, ଜଗତସିଂହପୁରରୁ ୧୦୮ ଜଣ, ଯାଜପୁରରୁ ୧୩୨ ଜଣ, ଝାରସୁଗୁଡ଼ାରୁ ୨ ଜଣ, କଳାହାଣ୍ଡିରୁ ୧୦ ଜଣ, କନ୍ଧମାଳରୁ ୧୮ ଜଣ, କେନ୍ଦ୍ରାପଡ଼ାରୁ ୯୪ ଜଣ, କେଉଁଝରରୁ ୨୪ ଜଣ, ଖୋର୍ଦ୍ଧାରୁ ୫୨୮ ଜଣ, କୋରାପୁଟରୁ ୧୬ ଜଣ, ମାଲକାନଗିରିରୁ ୧୯ ଜଣ, ମୟୁରଭଞ୍ଜରୁ ୮୪ ଜଣ, ନବରଙ୍ଗପୁରରୁ ୧୮ ଜଣ, ନୟାଗଡ଼ରୁ ୬୦ ଜଣ, ନୂଆପଡ଼ାରୁ ୫ ଜଣ, ପୁରୀରୁ ୧୦୬ ଜଣ, ରାୟଗଡ଼ାରୁ ୧୪ ଜଣ, ସମ୍ୱଲପୁରରୁ ୩୬ ଜଣ, ସୋନପୁରରୁ ୪, ସୁନ୍ଦରଗଡ଼ରୁ ୨୫ ଓ ଷ୍ଟେଟ ପୁଲରୁ ୧୧୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୯,୫୮, ୦୫୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୯, ୩୨, ୬୬୬ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୨୦, ୧୬୮ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

The post ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨,୦୮୫ ଜଣ କରୋନା ପଜିଟିଭ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ ୫୨୮ first appeared on Sambad.

from କରୋନା | Sambad https://ift.tt/3kxGcVx