
ଭୁବନେଶ୍ୱର: ଭୁବନେଶ୍ୱରରେ ଶତ ପ୍ରତିଶତ ଟିକାକରଣ ହୋଇଥିବା ଜଣାଯାଇଛି। ଜୁଲାଇ ଶେଷ ସୁଦ୍ଧା ଥିବା ଏହି ଟାର୍ଗେଟ ପୂରଣ ହୋଇଛି।
ବିଭିନ୍ନ ବର୍ଗରେ ମୋଟ ୯ ଲକ୍ଷ ୭ ହଜାର ଲୋକଙ୍କୁ ଦୁଇଟି ଡୋଜ ହିସାବରେ ୧୮ ଲକ୍ଷ ୧୪ ହଜାର ଡୋଜ ଦେବାକୁ ଲକ୍ଷ୍ୟ ରହିଥିଲା। ଗତକାଲି ସୁଦ୍ଧା ୧୮ ଲକ୍ଷ ୩୫ ହଜାର ୯୦୩ ଡୋଜ ଟିକା ଦିଆଯାଇଛି ବୋଲି ବିଏମସି ଅତିରିକ୍ତ କମିସନର ଲକ୍ଷ୍ମୀକାନ୍ତ ସେଠୀ ସୂଚନା ଦେଇଛନ୍ତି। ସେଥିମଧ୍ୟରୁ ୧୦ ଲକ୍ଷ ୫୯ ହଜାର ୭୫୩ ଜଣ ପ୍ରଥମ ଡୋଜ ନେଇସାରିଛନ୍ତି।
ଅପରପକ୍ଷରେ ୭ ଲକ୍ଷ ୭୬ ହଜାର ୧୫୦ ଜଣ ଉଭୟ ଡୋଜ ଟିକା ନେଇ ସାରିଛନ୍ତି। ତେବେ ଭୁବନେଶ୍ୱରରେ କୋଭକ୍ସିନ ଟିକା ଦିଆଯାଉଥିବା ବେଳେ ଏଠାରେ ଟିକାର ଅଭାବ ନାହିଁ ବୋଲି ସେ କହିଛନ୍ତି। ବର୍ତ୍ତମାନ ମଧ୍ୟ ସମସ୍ତ ଟିକା କେନ୍ଦ୍ର ଖୋଲା ରହିଛି। ଭୁବନେଶ୍ୱର ରାଜଧାନୀ ହୋଇଥିବାରୁ ଏଠାକୁ ଦୈନିକ ବାହାରୁ ଅନେକ ଲୋକ ଆସନ୍ତି।
ଟିକା ପାଇଁ କାହାକୁ ମନା କରାଯାଇପାରିବ ନାହିଁ। ଭୁବନେଶ୍ୱରବାସୀଙ୍କୁ ପ୍ରାଥମିକତା ଭିତ୍ତିରେ ଟିକା ଦିଆଯାଇଛି। ବର୍ତ୍ତମାନ ବାହାରର ଲୋକଙ୍କୁ ମଧ୍ୟ ଟିକା ଦିଆ ଯାଉଛି ବୋଲି ଲକ୍ଷ୍ମୀକାନ୍ତ ସେଠୀ କହିଛନ୍ତି।
The post ଭୁବନେଶ୍ୱରରେ ହେଲା ଶତ ପ୍ରତିଶତ ଟିକାକରଣ: ଜୁଲାଇ ଶେଷ ସୁଦ୍ଧା ଥିବା ଟାର୍ଗେଟ ପୂରଣ first appeared on Sambad.from କରୋନା | Sambad https://ift.tt/2Vbs3mC
0 Comments