ଭୁବନେଶ୍ୱରରେ ୧ଲକ୍ଷ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ୩୧୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଭୁବନେଶ୍ୱରରେ ଆଜି କରୋନା ସଂକ୍ରମଣ ସାମାନ୍ୟ କମିଥିବା ଦେଖାଯାଇଛି | ଗତକଲି ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ ରହିଥିବା ବେଳେ ଆଜି ଏହି ସଂଖ୍ୟା କମିଛି | ଗତକାଲି ଭୁବନେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ୩୫୪ ଥିବା ବେଳେ ଆଜି ଏହି ସଂଖ୍ୟା କମିଛି | ଆଜି ଭୁବନେଶ୍ୱରରୁ ୩୧୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି | ଏହା ସହ ଆଜି ଭୁବନେଶ୍ୱରରୁ ୨୩୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି |

Image

୩୧୮ ମଧ୍ୟରୁ ସଂଗରୋଧରୁ ୭୯ ଓ ସ୍ଥାନୀୟ ଅଂଚଳରୁ ୨୩୯ ଜଣ ସଂକ୍ରମିତ ଅଛନ୍ତି । ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ଟୁଇଟ ଜରିଆରେ ସୂଚନା ଦିଆଯାଇଛି ।

Image

କରୋନାର ୨ୟ ଲହର ଆସିବା ପରେ ଭୁବନେଶ୍ୱରରେ ଏଯାଏଁ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦୧୮୧ ପହଂଚିଛି । ଏଥିରୁ ୯୬,୮୫୬ ଜଣ ସୁସ୍ଥ ହୋଇସାରିଥିବା ବେଳେ ୮୦୬ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ରାଜଧାନୀର ବିଭିନ୍ନ କୋଭିଡ ହସ୍ପିଟାଲ ସମେତ ଘରୋଇ ସଂଗରୋଧରେ ୨୪୯୮ ଜଣ ଆକ୍ରାନ୍ତଙ୍କ ଚିକିତ୍ସା ଜାରି ରହିଛି |

The post ଭୁବନେଶ୍ୱରରେ ୧ଲକ୍ଷ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ୩୧୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ first appeared on Sambad.

from କରୋନା | Sambad https://ift.tt/3jfaH0t

Post a Comment

0 Comments