ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୯ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବାର ସୂଚନା ମିଳିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୬୯ ଜଣ ଲୋକଙ୍କ ସଂପର୍କରେ ସୂଚନା ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୪୩୫କୁ ବୃଦ୍ଧି ପାଇଛି।
ପ୍ରାପ୍ତ ସୂଚନା ଅନୁଯାୟୀ, ଏହି ୬୯ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୧ ଜଣ ଥିବା ବେଳେ କଟକ ଜିଲ୍ଲାରୁ ୧୩ ଜଣ ଅଛନ୍ତି। ଏହାଛଡ଼ା ସମ୍ବଲପୁର ଜିଲ୍ଲାରୁ ୮ ଜଣ ସୁନ୍ଦରଗଡ଼ ଓ ବାଲେଶ୍ବର ଜିଲ୍ଲାରୁ ୬ ଜଣ ଲେଖାଏଁ ମୃତକ ରହିଛନ୍ତି। ଅପରପକ୍ଷରେ ବରଗଡ଼ ଓ କେନ୍ଦୁଝର ଜିଲ୍ଲାରୁ ୫ ଲେଖାଏଁ କରୋନା ସଂକ୍ରମିତଙ୍କ ପ୍ରାଣହାନି ଘଟିଛି। ଠିକ୍ ସେହିପରି, ଝାରସୁଗୁଡ଼ା ଜିଲ୍ଲାରୁ ୪ ଓ ଢେଙ୍କାନାଳ ଜିଲ୍ଲାରୁ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।
ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୨୪୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୭୧୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୫୨୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୯, ୮୭, ୦୭୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୯, ୬୮, ୪୫୩ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୨, ୧୨୯ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

 

The post ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୯ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ first appeared on Sambad.

from କରୋନା | Sambad https://ift.tt/3CmkdYl