ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୩୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୬୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୨୭୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୧୧୦ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୬୦ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
Covid-19 Report For 30th August
New Positive Cases: 638
Of which 0-18 years: 110
In quarantine: 367
Local contacts: 271(Details of local contacts will be shared by concerned Dist Administration)
District Wise Cases:
1. Angul: 16
2. Balasore: 23
3. Bargarh: 6— I & PR Department, Odisha (@IPR_Odisha) August 31, 2021
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୧୬ ଜଣ, ବାଲେଶ୍ୱରରୁ୨୩ ଜଣ, ବରଗଡ଼ରୁ ୬ ଜଣ, ଭଦ୍ରକରୁ ୧୨ ଜଣ, ବୌଦ୍ଧରୁ ୧୨ ଜଣ, କଟକରୁ ୫୭ ଜଣ, ଦେବଗଡ଼ରୁ ୧୧ ଜଣ, ଢେଙ୍କାନାଳରୁ ୧୦ ଜଣ, ଗଜପତିରୁ ୧ ଜଣ, ଗଞ୍ଜାମରୁ ୪ ଜଣ, ଜଗତସିଂହପୁରରୁ ୧୯ ଜଣ, ଯାଜପୁରରୁ ୩୪ ଜଣ, ଝାରସୁଗୁଡ଼ାରୁ ୪ ଜଣ, କଳାହାଣ୍ଡିରୁ ୧ ଜଣ, କନ୍ଧମାଳରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୨୧ ଜଣ, କେଉଁଝରରୁ ୨ ଜଣ, ଖୋର୍ଦ୍ଧାରୁ ୨୦୯ ଜଣ, ମାଲକାନଗିରିରୁ ୩ ଜଣ, ମୟୁରଭଞ୍ଜରୁ ୨୦ ଜଣ, ନୟାଗଡ଼ରୁ ୭ ଜଣ, ପୁରୀରୁ ୨୧ ଜଣ, ରାୟଗଡ଼ାରୁ ୭ ଜଣ, ସମ୍ୱଲପୁରରୁ ୭ ଜଣ, ସୁନ୍ଦରଗଡ଼ରୁ ୧୯ ଜଣ ଓ ଷ୍ଟେଟ ପୁଲରୁ ୫୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦, ୦୭, ୭୫୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୯, ୯୨, ୪୭୩ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୭, ୨୫୫ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।
The post ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୬୩୮ କରୋନା ସଂକ୍ରମିତ ଚିହ୍ନଟ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୬୦ first appeared on Sambad.from କରୋନା | Sambad https://ift.tt/2YduuX9
0 Comments