୨୪ ଘଣ୍ଟା ମଧ୍ୟରେ ଦେଶରେ ୩୭,୫୯୩ ନୂଆ କୋଭିଡ୍‌-୧୯ ସଂକ୍ରମିତ ଚିହ୍ନଟ; ମୃତ୍ୟୁସଂଖ୍ୟା ୬୪୮

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୩୭ ହଜାରରୁ ଯଥେଷ୍ଟ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୬ ଶହରୁ ଢେର୍‌ ଅଧିକ ରହିଛି।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩୭,୫୯୩ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୬୪୮ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୩,୨୫,୧୨,୩୬୬ ଓ ମୃତ୍ୟୁସଂଖ୍ୟା ୪,୩୫,୭୫୮ରେ ପହଞ୍ଚିଛି।

ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୩୪,୧୬୯ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୩,୧୭,୫୪,୨୮୧ରେ ପହଞ୍ଚିଛି।

Image Courtesy of Business Today

ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩,୨୨,୩୨୭।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୫୯,୫୫,୦୪,୫୯୩ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

Image Courtesy of India Today

‘ଆଇସିଏମ୍ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଅଗଷ୍ଟ ୨୪ ତାରିଖ ସୁଦ୍ଧା ସମୁଦାୟ ୫୧,୧୧,୮୪,୫୪୭ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୭,୯୨,୭୫୫ଟି ନମୁନା।

The post ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୭,୫୯୩ ନୂଆ କୋଭିଡ୍‌-୧୯ ସଂକ୍ରମିତ ଚିହ୍ନଟ; ମୃତ୍ୟୁସଂଖ୍ୟା ୬୪୮ first appeared on Sambad.

from କରୋନା | Sambad https://ift.tt/2WmAyfm

Post a Comment

0 Comments