ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୦୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୫୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୨୫୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୯୭ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦୯ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
Covid-19 Report For 29th August
New Positive Cases: 609
Of which 0-18 years: 97
In quarantine: 354
Local contacts: 255(Details of local contacts will be shared by concerned Dist Administration)
District Wise Cases:
1. Angul: 18
2. Balasore: 21
3. Bargarh: 4
4. Bhadrak: 9— I & PR Department, Odisha (@IPR_Odisha) August 30, 2021
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୧୮ ଜଣ, ବାଲେଶ୍ୱରରୁ୨୧ ଜଣ, ବରଗଡ଼ରୁ ୪ ଜଣ, ଭଦ୍ରକରୁ ୯ ଜଣ, ବୌଦ୍ଧରୁ ୯ ଜଣ, କଟକରୁ ୭୧ ଜଣ, ଦେବଗଡ଼ରୁ ୧୦ ଜଣ, ଢେଙ୍କାନାଳରୁ ୨୩ ଜଣ, ଗଜପତିରୁ ୧ ଜଣ, ଗଞ୍ଜାମରୁ ୬ ଜଣ, ଜଗତସିଂହପୁରରୁ ୨୦ ଜଣ, ଯାଜପୁରରୁ ୩୬ ଜଣ, ଝାରସୁଗୁଡ଼ାରୁ ୩ ଜଣ, କନ୍ଧମାଳରୁ ୫ ଜଣ, କେନ୍ଦ୍ରାପଡ଼ାରୁ ୧୯ ଜଣ, କେଉଁଝରରୁ ୫ ଜଣ, ଖୋର୍ଦ୍ଧାରୁ ୨୦୯ ଜଣ, କୋରାପୁଟରୁ ୩ ଜଣ, ମାଲକାନଗିରିରୁ ୧ ଜଣ, ମୟୁରଭଞ୍ଜରୁ ୨୬ ଜଣ, ନୟାଗଡ଼ରୁ ୧୧ ଜଣ, ପୁରୀରୁ ୨୦ ଜଣ, ରାୟଗଡ଼ାରୁ ୫ ଜଣ, ସମ୍ୱଲପୁରରୁ ୧୬ ଜଣ, ସୋନପୁରରୁ ୨ ଜଣ, ସୁନ୍ଦରଗଡ଼ରୁ ୮ ଜଣ ଓ ଷ୍ଟେଟ ପୁଲରୁ ୪୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦, ୦୭, ୧୧୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୯, ୯୧, ୬୩୦ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୭, ୫୨୮ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।
from କରୋନା | Sambad https://ift.tt/3mHXFf0
0 Comments