ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୯୮୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୫୭୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୪୧୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୧୨୮ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୭୩ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୨୪ ଜଣ, ବାଲେଶ୍ୱରରୁ ୨୫ ଜଣ, ବରଗଡ଼ରୁ ୧ ଜଣ, ଭଦ୍ରକରୁ ୧୪ ଜଣ, ବଲାଙ୍ଗୀରରୁ ୧୭ ଜଣ, କଟକରୁ ୧୩୯ ଜଣ, ଦେବଗଡ଼ରୁ ୯ ଜଣ, ଢେଙ୍କାନାଳରୁ ୧୫ ଜଣ, ଗଜପତିରୁ ୧ ଜଣ, ଗଞ୍ଜାମରୁ ୮ ଜଣ, ଜଗତସିଂହପୁରରୁ ୪୫ ଜଣ, ଯାଜପୁରରୁ ୪୯ ଜଣ, କଳାହାଣ୍ଡିରୁ ୬ ଜଣ, କନ୍ଧମାଳରୁ ୧୨ ଜଣ, କେନ୍ଦ୍ରାପଡ଼ାରୁ ୨୩ ଜଣ, କେଉଁଝରରୁ ୧୩ ଜଣ, ଖୋର୍ଦ୍ଧାରୁ ୩୭୩ ଜଣ, ମାଲକାନଗିରିରୁ ୧ ଜଣ, ମୟୁରଭଞ୍ଜରୁ ୩୨ ଜଣ, ନବରଙ୍ଗପୁରୁ ୬ ଜଣ, ନୟାଗଡ଼ରୁ ୨୦ ଜଣ, ପୁରୀରୁ ୩୨ ଜଣ, ରାୟଗଡ଼ାରୁ ୪ ଜଣ, ସମ୍ୱଲପୁରରୁ ୧୫ ଜଣ, ସୋନପୁରରୁ ୧ ଜଣ, ସୁନ୍ଦରଗଡ଼ରୁ ୧୩ ଓ ଷ୍ଟେଟ ପୁଲରୁ ୮୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୯, ୯୯, ୧୭୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୯, ୮୨, ୩୧୯ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୯, ୫୭୮ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

The post ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୯୮୬ କରୋନା ସଂକ୍ରମିତ ଚିହ୍ନଟ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୭୩ first appeared on Sambad.

from କରୋନା | Sambad https://ift.tt/3svS9gq