
ଭୁବନେଶ୍ବର: ଏବେ ରାଜଧାନୀରେ କରୋନା ସଂକ୍ରମଣ ସ୍ଥିର ରହିଛି। ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ୪୦୦ଭିତରେ ରହିଛି। ଆଜି ରାଜ୍ୟ ରାଜଧାନୀରେ ଗତ ୨୪ ଘଣ୍ଟା ମଧ୍ୟରେ ୨୨୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୬୧ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।
Update on newly detected #COVID19 cases in the last
24 hrs under the BMC area on 26th August (till 9am). pic.twitter.com/5l47eDw2yQ— BMC (@bmcbbsr) August 26, 2021
ଚିହ୍ନଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୪୪ଜଣ ଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୮୫ଜଣ ରହିଛନ୍ତି। ଏଯାବତ ରାଜଧାନୀରୁ ୧୦୬୦୭୯ଜଣ ଚିହ୍ନଟ ହୋଇଥିବା ବେଳେ ୧୦୧୭୧୧ଜଣ କରୋନାରେ ସଂକ୍ରମିତ ସୁସ୍ଥ ହୋଇଥିବା ଭୁବନେଶ୍ବର ମହାନଗର ନିଗମ ସୂଚନା ଦେଇଛି। ଏବେ ବି ଭୁବନେଶ୍ବରରେ ୩୩୫୭ଜଣ ସକ୍ରିୟ କରୋନା ଆକ୍ରାନ୍ତ ଥିବା ବେଳେ ୯୯୦ଜଣଙ୍କର ମୃତ୍ୟୁ ହୋଇଛି। ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟାକୁ ଦୃଷ୍ଟିରେ ରଖି ଏବେ ବି ଆମକୁ ସତର୍କ ରହିବା ସହିତ ମାସ୍କ ପିନ୍ଧିବା ଓ ସାମାଜିକ ଦୂରତା ଅବଲମ୍ବନ କରିବାକୁ ସରକାର ପରାମର୍ଶ ଦେଇଛନ୍ତି।
from କରୋନା | Sambad https://ift.tt/3gChqkl
0 Comments