ନୂଆଦିଲ୍ଲୀ: ଦେଶରେ ଏବେ କରୋନା ସଂକ୍ରମଣ ସ୍ଥିର ରହିଛି। ଗତ କିଛି ଦିନ ହେଲାଣି ସଂକ୍ରମଣ ୨୦ରୁ ୪୦ହଜାର ଭିତରେ ରହୁଛି। ଆଜି ସଂକ୍ରମଣ ସଂଖ୍ୟା ୩୦,୦୦୦ପାର କରିଥିବା ବେ‌ଳେ ମୃତ୍ୟୁସଂଖ୍ୟା ୪୦୦ଟପିଛି।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩୦,୯୪୮ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୪୦୩ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୩,୨୪,୨୪,୨୩୪ ଓ ମୃତ୍ୟୁସଂଖ୍ୟା ୪,୩୪,୩୬୭ରେ ପହଞ୍ଚିଛି।

ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୩୮,୪୮୭ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତା ସଂଖ୍ୟା ୩,୧୬,୩୬,୪୬୯ରେ ପହଞ୍ଚିଛି।

ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩,୫୩,୩୯୮ ।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତ ୨୪ଘଣ୍ଟାରେ ୫୨,୨୩,୬୧୨ ଜଣଙ୍କୁ ଟିକା ଦିଆଯାଇଛି। ଏହାକୁ ମିଶାଇ ଏପର୍ଯ୍ୟନ୍ତ ମୋଟ ୫୮,୧୪,୮୯,୩୭୭ ଜଣଙ୍କୁ ଟିକା ଦିଆଯାଇସାରିଛି।

The post ଦେଶରେ ଗତ ୨୪ଘଣ୍ଟାରେ ୩୦,୯୪୮ କରୋନା ସଂକ୍ରମିତ ଚିହ୍ନଟ, ୪୦୩ ମୃତ first appeared on Sambad.

from କରୋନା | Sambad https://ift.tt/3D9v1t2