
ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୧୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୨୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୨୯୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୧୨୫ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୫୯ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୧୮ ଜଣ, ବାଲେଶ୍ୱରରୁ ୪୩ଜଣ, ବରଗଡ଼ରୁ ଜଣେ, ଭଦ୍ରକରୁ ୧୯ ଜଣ, ବଲାଙ୍ଗୀରରୁ ୩ଜଣ, ବୌଦ୍ଧରୁ ୬ଜଣ, କଟକରୁ ୮୯ ଜଣ, ଦେବଗଡ଼ରୁ ୯ ଜଣ, ଢେଙ୍କାନାଳରୁ ୧୪ ଜଣ, ଗଞ୍ଜାମରୁ ୫ ଜଣ, ଜଗତସିଂହପୁରରୁ ୨୩ଜଣ, ଯାଜପୁରରୁ ୨୭ ଜଣ, ଝାରସୁଗୁଡ଼ାରୁ ୨ ଜଣ, କଳାହାଣ୍ଡିରୁ ୩ ଜଣ, କନ୍ଧମାଳରୁ ୪ ଜଣ, କେନ୍ଦ୍ରାପଡ଼ାରୁ ୨୮ ଜଣ, କେନ୍ଦୁଝରରୁ ୧୩ ଜଣ, ଖୋର୍ଦ୍ଧାରୁ ୨୫୯ ଜଣ, କୋରାପୁଟରୁ ୩ଜଣ, ମାଲକାନଗିରିରୁ ୨ଜଣ, ମୟୁରଭଞ୍ଜରୁ ୩୦ ଜଣ, ନବରଙ୍ଗପୁରରୁ ଜଣେ, ନୟାଗଡ଼ରୁ ୧୧ ଜଣ, ପୁରୀରୁ ୧୪ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ୱଲପୁରରୁ ୧୨ ଜଣ, ସୋନପୁରରୁ ୨ଜଣ, ସୁନ୍ଦରଗଡ଼ରୁ ୧୯ ଜଣ ଓ ଷ୍ଟେଟ ପୁଲରୁ ୫୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
Covid-19 Report For 31st August
New Positive Cases : 719
Of which 0-18 years: 125
In quarantine: 422
Local contacts: 297(Details of local contacts will be shared by concerned Dist Administration)
District Wise Cases:
1. Angul: 18
2. Balasore: 43
3. Bargarh: 1— I & PR Department, Odisha (@IPR_Odisha) September 1, 2021
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦, ୦୮, ୪୬୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୯, ୯୩, ୨୩୫ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୭, ୧୫୯ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।
The post ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୭୧୯ କରୋନା ସଂକ୍ରମିତ ଚିହ୍ନଟ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୫୯ first appeared on Sambad.from କରୋନା | Sambad https://ift.tt/38tQizz
0 Comments