ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୪୦ ହଜାରରୁ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୫ ଶହରୁ ଅଧିକ ରହିଛି।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪୨,୬୨୫ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୫୬୨ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୩,୧୭,୬୯,୧୩୨ ଓ ମୃତ୍ୟୁସଂଖ୍ୟା ୪,୨୫,୭୫୭ରେ ପହଞ୍ଚିଛି।

ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୩୬,୬୬୮ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୩,୦୯,୩୩,୦୨୨ରେ ପହଞ୍ଚିଛି।

Image Courtesy of Economic Times

ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୪,୧୦,୩୫୩।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୪୮,୫୨,୮୬,୫୭୦ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଗତ ୨୪ଘଣ୍ଟା ମଧ୍ୟରେ ଦିଆଯାଇଛି ୬୨,୫୩,୭୪୧ ଡୋଜ୍‌ ଟିକା।

‘ଆଇସିଏମ୍ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଅଗଷ୍ଟ ୩ ତାରିଖ ସୁଦ୍ଧା ସମୁଦାୟ ୪୭,୩୧,୪୨,୩୦୭ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୮,୪୭,୫୧୮ଟି ନମୁନା।

The post ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୨,୬୨୫ ନୂଆ କୋଭିଡ୍‌-୧୯ ସଂକ୍ରମିତ ଚିହ୍ନଟ, ମୃତ୍ୟୁସଂଖ୍ୟା ୫୬୨ first appeared on Sambad.

from କରୋନା | Sambad https://ift.tt/3Aa4NEs