ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୮ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବାର ସୂଚନା ମିଳିଛି।। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୭,୯୬୯କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୬୮ ଜଣ ଲୋକଙ୍କ ସଂପର୍କରେ ସୂଚନା ଦେଇଛନ୍ତି ସରକାର। ପ୍ରାପ୍ତ ସୂଚନା ଅନୁଯାୟୀ, ଏହି ୬୮ ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ସର୍ବାଧିକ ୨୨ ଜଣ ଥିବା ବେଳେ ଅନୁଗୁଳ ଜିଲ୍ଲାରୁ ୧୧ ଓ ଜଗତସିଂହପୁର ଜିଲ୍ଲାରୁ ୮ ଜଣ ଓ ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ ପ୍ରାଣ ହରାଇଛନ୍ତି।
ଏଣେ କେନ୍ଦ୍ରାପଡ଼ା ଜିଲ୍ଲାରୁ ୬ ଜଣ, ବାଲେଶ୍ବର ଜିଲ୍ଲାରୁ ୫ ଜଣ ଓ ଢେଙ୍କାନାଳ ଜିଲ୍ଲାରୁ ୪ ଜଣଙ୍କର ପ୍ରାଣହାନି ଘଟିଛି। ଅପରପକ୍ଷରେ ପୁରୀ ଏବଂ ଭଦ୍ରକ ଜିଲ୍ଲାରୁ ୩ ଜଣ ଲେଖାଏଁ, ଯାଜପୁର ଓ ମୟୂରଭଞ୍ଜ ଜିଲ୍ଲାରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଥବା ଜଣାଯାଇଛି।

ଉଲ୍ଲେଖଯୋଗ୍ୟ, ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୩୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୬୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୨୭୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୧୧୦ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦, ୦୭, ୭୫୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୯, ୯୨, ୪୭୩ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୭, ୨୫୫ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

The post ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୮ ଜଣ ସଂକ୍ରମିତଙ୍କ ପ୍ରାଣହାନି, କରୋନାଜନିତ ମୃତ୍ୟୁସଂଖ୍ୟା ୭,୯୬୯କୁ ବୃଦ୍ଧି first appeared on Sambad.

from କରୋନା | Sambad https://ift.tt/3mNtOSo