ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୪୬ ହଜାରରୁ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୬ ଶହରୁ ଅଧିକ ରହିଛି। ଗତକାଲି ରେକର୍ଡ ହୋଇଥିବା ସଂକ୍ରମଣ ସଂଖ୍ୟା ଠାରୁ ଆଜିର ସଂକ୍ରମଣ ସଂଖ୍ୟା ପ୍ରାୟ ୯ ହଜାର ଅଧିକ।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪୬,୧୬୪ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୬୦୭ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୩,୨୫,୫୮,୫୩୦ ଓ ମୃତ୍ୟୁସଂଖ୍ୟା ୪,୩୬,୩୬୫ରେ ପହଞ୍ଚିଛି।

Image Courtesy of ABP Live-ABP News

ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୩୪,୧୫୯ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୩,୧୭,୮୮,୪୪୦ରେ ପହଞ୍ଚିଛି।

ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩,୩୩,୭୨୫।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୬୦,୩୮,୪୬,୪୭୫ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଅଗଷ୍ଟ ୨୫ ତାରିଖ ସୁଦ୍ଧା ସମୁଦାୟ ୫୧,୩୧,୨୯,୩୭୮ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୭,୮୭,୨୮୩ଟି ନମୁନା।

 

The post ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୬,୧୬୪ ନୂଆ କୋଭିଡ୍‌-୧୯ ସଂକ୍ରମିତ ଚିହ୍ନଟ; ମୃତ୍ୟୁସଂଖ୍ୟା ୬୦୭ first appeared on Sambad.

from କରୋନା | Sambad https://ift.tt/3gv8eOI