
ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୩୧୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୭୬୨ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୫୫୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୧୩ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୫୨ ଜଣ, ବାଲେଶ୍ୱରରୁ ୪୩ଜଣ, ବରଗଡ଼ରୁ ୨ ଜଣ, ଭଦ୍ରକରୁ ୪୯ ଜଣ, ବଲାଙ୍ଗୀରରୁ ୪ ଜଣ, ବୌଦ୍ଧରୁ ୪, କଟକରୁ ୧୯୮ ଜଣ, ଦେବଗଡ଼ରୁ ୭ ଜଣ, ଢେଙ୍କାନାଳରୁ ୧୮ ଜଣ, ଗଜପତିରୁ ୫ଜଣ, ଗଞ୍ଜାମରୁ ୧୧ ଜଣ, ଜଗତସିଂହପୁରରୁ ୫୩ ଜଣ, ଯାଜପୁରରୁ ୮୯ଜଣ, କଳାହାଣ୍ଡିରୁ ୪ଜଣ, କନ୍ଧମାଳରୁ ୪ ଜଣ, କେନ୍ଦ୍ରାପଡ଼ାରୁ ୨୮ ଜଣ, କେଉଁଝରରୁ ୧୩ ଜଣ, ଖୋର୍ଦ୍ଧାରୁ ୪୧୩ ଜଣ, କୋରାପୁଟରୁ ୬ ଜଣ, ମାଲକାନଗିରିରୁ ୫ ଜଣ, ମୟୁରଭଞ୍ଜରୁ ୬୨ ଜଣ, ନବରଙ୍ଗପୁରରୁ ୪ ଜଣ, ନୟାଗଡ଼ରୁ ୨୫ ଜଣ, ନୂଆପଡ଼ାରୁ ୬, ପୁରୀରୁ ୬୭ ଜଣ, ରାୟଗଡ଼ାରୁ ୧୨ ଜଣ, ସମ୍ୱଲପୁରରୁ ୨୩ ଜଣ, ସୋନପୁରରୁ ୮, ସୁନ୍ଦରଗଡ଼ରୁ ୧୬ ଓ ଷ୍ଟେଟ ପୁଲରୁ ୮୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
Covid-19 Report For 3rd August
New Positive Cases: 1315
In quarantine: 762
Local contacts: 553(Details of local contacts will be shared by concerned Dist Administration)
District Wise Cases:
1. Angul: 52
2. Balasore: 43
3. Bargarh: 2
4. Bhadrak: 49
5. Balangir: 4— I & PR Department, Odisha (@IPR_Odisha) August 4, 2021
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୯, ୮୨, ୧୮୧ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୯, ୬୨, ୦୮୮ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୩, ୮୭୨ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।
The post ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୩୧୫ ଜଣ କରୋନା ପଜିଟିଭ ଚିହ୍ନଟ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୧୩ first appeared on Sambad.from କରୋନା | Sambad https://ift.tt/3yrKgeb
0 Comments