ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୯୧୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୫୩୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୩୮୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୧୬ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ କିଶୋର ଥିବା ଜଣାଯାଇଛି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୫୨ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୨୩ ଜଣ, ବାଲେଶ୍ୱରରୁ ୫୧ ଜଣ, ବରଗଡ଼ରୁ ୭ ଜଣ, ଭଦ୍ରକରୁ ୧୨ ଜଣ, ବଲାଙ୍ଗୀରରୁ ୫ ଜଣ, କଟକରୁ ୮୮ ଜଣ, ଦେବଗଡ଼ରୁ ୧୦ ଜଣ, ଢେଙ୍କାନାଳରୁ ୧୬ ଜଣ, ଗଜପତିରୁ ୬, ଗଞ୍ଜାମରୁ ୪ ଜଣ, ଜଗତସିଂହପୁରରୁ ୨୪ ଜଣ, ଯାଜପୁରରୁ ୪୯ ଜଣ, ଝାରସୁଗୁଡ଼ାରୁ ୨ ଜଣ, କଳାହାଣ୍ଡିରୁ ୭ ଜଣ, କନ୍ଧମାଳରୁ ୪ ଜଣ, କେନ୍ଦ୍ରାପଡ଼ାରୁ ୩୧ ଜଣ, କେଉଁଝରରୁ ୧୦ ଜଣ, ଖୋର୍ଦ୍ଧାରୁ ୩୫୨ ଜଣ, କୋରାପୁଟରୁ ୬ ଜଣ, ମାଲକାନଗିରିରୁ ୭ ଜଣ, ମୟୁରଭଞ୍ଜରୁ ୩୮ ଜଣ, ନୟାଗଡ଼ରୁ ୧୯ ଜଣ, ପୁରୀରୁ ୩୦ ଜଣ, ରାୟଗଡ଼ାରୁ ୮ ଜଣ, ସମ୍ୱଲପୁରରୁ ୧୩ ଜଣ, ସୋନପୁରରୁ ୩, ସୁନ୍ଦରଗଡ଼ରୁ ୮ ଜଣ ଓ ଷ୍ଟେଟ ପୁଲରୁ ୭୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୮୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୯, ୮୩, ୨୪୫ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୯, ୪୯୭ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

The post ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୯୧୧ ଜଣ କରୋନା ପଜିଟିଭ ଚିହ୍ନଟ, ରାଜ୍ୟରେ ୧୦ ଲକ୍ଷ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା first appeared on Sambad.

from କରୋନା | Sambad https://ift.tt/3kcsdmj