ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୯ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବାର ସୂଚନା ମିଳିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୭,୨୨୩କୁ ବୃଦ୍ଧି ପାଇଛି।
ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୬୯ ଜଣ ଲୋକଙ୍କ ସଂପର୍କରେ ସୂଚନା ଦେଇଛନ୍ତି ସରକାର। ପ୍ରାପ୍ତ ସୂଚନା ଅନୁଯାୟୀ, ଏହି ୬୯ ମୃତକଙ୍କ ମଧ୍ୟରେ ଜଗତସିଂହପୁର ଜିଲ୍ଲାରୁ ସର୍ବାଧିକ ୧୨ ଜଣ ଥିବା ବେଳେ କଟକ ଜିଲ୍ଲାରୁ ୧୧ ଜଣ ଆକ୍ରାନ୍ତ ଅଛନ୍ତି। ଅପରପକ୍ଷରେ ଭଦ୍ରକ ଓ ଯାଜପୁର ଜିଲ୍ଲାରୁ ୬ ଜଣ ଲେଖାଏଁ ଏବଂ ଢେଙ୍କାନାଳରୁ ୮ ଜଣ ଆକ୍ରାନ୍ତ ଅଛନ୍ତି। ଅନୁଗୁଳ, ଖୋର୍ଦ୍ଧା ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୫ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ପରଲୋକ ଘଟିଛି। ଏଣେ କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି। ଏହାଛଡ଼ା ପୁରୀ ଜିଲ୍ଲାରୁ ୪ ଜଣ ଓ ନୟାଗଡ଼ ଜିଲ୍ଲାରୁ ଜଣେ ମୃତକ ଅଛନ୍ତି।

ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୯୮୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୫୭୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୪୧୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୧୨୮ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୯, ୯୯, ୧୭୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୯, ୮୨, ୩୧୯ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୯, ୫୭୮ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

The post ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୯ ଜଣ ସଂକ୍ରମିତଙ୍କ ପ୍ରାଣହାନି, କରୋନାଜନିତ ମୃତ୍ୟୁ ସଂଖ୍ୟା ୭,୨୨୩କୁ ବୃଦ୍ଧି first appeared on Sambad.

from କରୋନା | Sambad https://ift.tt/3gfV2go