ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୬ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବାର ସୂଚନା ମିଳିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୬୬ ଜଣ ଲୋକଙ୍କ ସଂପର୍କରେ ସୂଚନା ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭୨୮୯କୁ ବୃଦ୍ଧି ପାଇଛି।
ପ୍ରାପ୍ତ ସୂଚନା ଅନୁଯାୟୀ, ଏହି ୬୬ ମୃତକଙ୍କ ମଧ୍ୟରେ ଜଗତସିଂହପୁର ଜିଲ୍ଲାରୁ ସର୍ବାଧିକ ୧୧ ଜଣ ଥିବା ବେଳେ କଟକ ଜିଲ୍ଲାରୁ ୧୦ ଓ ଢେଙ୍କାନାଳରୁ ୮ କଟକ ଜଣ ଅଛନ୍ତି। ଏହାଛଡ଼ା କେନ୍ଦ୍ରାପଡ଼ାରୁ ୭ ଜଣ, ଯାଜପୁର ଓ ଅନୁଗୁଳ ଜିଲ୍ଲାରୁ ୬ ଜଣ ଲେଖାଏଁ ମୃତକ ଥିବା ଜଣାଯାଇଛି। ଏଣେ ଭଦ୍ରକ ଜିଲ୍ଲାରୁ ୫ ଜଣ, ବାଲେଶ୍ବର ଜିଲ୍ଲାରୁ ୪ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ, ମୟୂରଭଞ୍ଜ, ନୟାଗଡ଼ ଓ କେନ୍ଦୁଝର ଜିଲ୍ଲାରୁ ୨ ଜଣ ଲେଖାଏଁ ମୃତକ ରହିଛନ୍ତି।
ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୯୧୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୫୩୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୩୮୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୧୬ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ କିଶୋର ଥିବା ଜଣାଯାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୦୮୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୯, ୮୩, ୨୪୫ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୯, ୪୯୭ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।
The post ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୬ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ first appeared on Sambad.from କରୋନା | Sambad https://ift.tt/2UA5l7w
0 Comments