ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୪୨ହଜାରରୁ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୪ ଶହରୁ କମ୍ ରହିଛି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪୨,୯୦୯ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୩୮୦ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୩,୨୭,୩୭,୯୩୯ ଓ ମୃତ୍ୟୁସଂଖ୍ୟା ୪,୩୮,୨୧୦ରେ ପହଞ୍ଚିଛି।
ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୩୪,୭୬୩ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୩,୧୯,୨୩,୪୦୫ରେ ପହଞ୍ଚିଛି।
ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩,୭୬,୩୨୪।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୬୩,୪୩,୮୧,୩୫୮ ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଗତକାଲି ୩୧,୧୪,୬୯୬ଜଣଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଅଗଷ୍ଟ ୨୯ ତାରିଖ ସୁଦ୍ଧା ସମୁଦାୟ ୫୨,୦୧,୪୬,୫୨୫ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୪,୧୯,୯୯୦ଟି ନମୁନା।
The post ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୨,୯୦୯ ନୂଆ କୋଭିଡ୍-୧୯ ସଂକ୍ରମିତ ଚିହ୍ନଟ; ମୃତ୍ୟୁସଂଖ୍ୟା ୩୮୦ first appeared on Sambad.from କରୋନା | Sambad https://ift.tt/2WFcAvT
0 Comments