ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୬ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବାର ସୂଚନା ମିଳିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୬୬ ଜଣ ଲୋକଙ୍କ ସଂପର୍କରେ ସୂଚନା ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୫୦୧କୁ ବୃଦ୍ଧି ପାଇଛି।
ପ୍ରାପ୍ତ ସୂଚନା ଅନୁଯାୟୀ, ଏହି ୬୬ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୯ ଜଣ ଥିବା ବେଳେ କଟକ ଜିଲ୍ଲାରୁ ୧୩ ଜଣ ଅଛନ୍ତି। ଏହାଛଡ଼ା ସମ୍ବଲପୁର ଜିଲ୍ଲାରୁ ୮ ଜଣ ଓ ବରଗଡ଼ ଜିଲ୍ଲାରୁ ୭ ଜଣ ମୃତକ ରହିଛନ୍ତି।

ଅପରପକ୍ଷରେ ବଲାଙ୍ଗୀର ଜିଲ୍ଲାରୁ ୩ ଜଣ ଓ ନୂଆପଡ଼ା ଜିଲ୍ଲାରୁ ୨ ଜଣ କରୋନା ସଂକ୍ରମିତଙ୍କ ପ୍ରାଣହାନି ଘଟିଛି।  ଠିକ୍ ସେହିପରି, ସୁନ୍ଦରଗଡ଼, କଳାହାଣ୍ଡି, ସୁବର୍ଣ୍ଣପୁର ଓ ଝାରସୁଗୁଡ଼ା ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।
ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୮୬ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୫୧୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୩୭୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ , ୮୭, ୯୫୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି , ୬୯, ୯୧୬ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୧, ୪୮୬ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି

The post ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୬ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ first appeared on Sambad.

from କରୋନା | Sambad https://ift.tt/3jAUyTd