ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୧୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୭୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୩୪୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୧୦୬ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୯୧ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୧୩ ଜଣ, ବାଲେଶ୍ୱରରୁ ୪୬ ଜଣ, ବରଗଡ଼ରୁ ୧୩ ଜଣ, ଭଦ୍ରକରୁ ୯ ଜଣ, କଟକରୁ ୧୧୬ ଜଣ, ଦେବଗଡ଼ରୁ ୧୩ ଜଣ, ଢେଙ୍କାନାଳରୁ ୧୯ ଜଣ, ଗଞ୍ଜାମରୁ ୯ ଜଣ, ଜଗତସିଂହପୁରରୁ ୩୪ ଜଣ, ଯାଜପୁରରୁ ୩୧ ଜଣ, ଝାରସୁଗୁଡ଼ାରୁ ୧ ଜଣ, କନ୍ଧମାଳରୁ ୩ ଜଣ, କେନ୍ଦ୍ରାପଡ଼ାରୁ ୨୯ ଜଣ, କେଉଁଝରରୁ ୧୬ ଜଣ, ଖୋର୍ଦ୍ଧାରୁ ୨୯୧ ଜଣ, କୋରାପୁଟରୁ ୫ ଜଣ, ମାଲକାନଗିରିରୁ ୪ ଜଣ, ମୟୁରଭଞ୍ଜରୁ ୨୭ ଜଣ, ନୟାଗଡ଼ରୁ ୧୨ ଜଣ, ନୂଆପଡ଼ାରୁ ୧ ଜଣ, ପୁରୀରୁ ୨୦ ଜଣ, ରାୟଗଡ଼ାରୁ ୧ ଜଣ, ସମ୍ୱଲପୁରରୁ ୧୮ ଜଣ, ସୁନ୍ଦରଗଡ଼ରୁ ୧୬ ଜଣ ଓ ଷ୍ଟେଟ ପୁଲରୁ ୬୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ଏଣେ ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦, ୦୪, ୮୭୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୯, ୮୮, ୮୫୪ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୮, ୨୭୧ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

The post ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୮୧୬ କରୋନା ସଂକ୍ରମିତ ଚିହ୍ନଟ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୯୧ first appeared on Sambad.

from କରୋନା | Sambad https://ift.tt/3jkNTNR