ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୨୦୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୭୦୨ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୫୦୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୯୯ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୫୫ ଜଣ, ବାଲେଶ୍ୱରରୁ ୬୩ ଜଣ, ବରଗଡ଼ରୁ ୫ ଜଣ, ଭଦ୍ରକରୁ ୨୨ ଜଣ, ବଲାଙ୍ଗୀରରୁ ୫ ଜଣ, କଟକରୁ ୧୭୩ ଜଣ, ଦେବଗଡ଼ରୁ ୩୫ ଜଣ, ଢେଙ୍କାନାଳରୁ ୧୫ ଜଣ, ଗଜପତିରୁ ୧ ଜଣ, ଗଞ୍ଜାମରୁ ୧୨ ଜଣ, ଜଗତସିଂହପୁରରୁ ୬୦ ଜଣ, ଯାଜପୁରରୁ ୫୭ ଜଣ, କଳାହାଣ୍ଡିରୁ ୨ ଜଣ, କନ୍ଧମାଳରୁ ୧୬ ଜଣ, କେନ୍ଦ୍ରାପଡ଼ାରୁ ୩୨ ଜଣ, କେଉଁଝରରୁ ୧୬ ଜଣ, ଖୋର୍ଦ୍ଧାରୁ ୩୯୯ ଜଣ, କୋରାପୁଟରୁ ୨ ଜଣ, ମାଲକାନଗିରିରୁ ୪ ଜଣ, ମୟୁରଭଞ୍ଜରୁ ୩୩ ଜଣ, ନବରଙ୍ଗପୁରରୁ ୪ ଜଣ, ନୟାଗଡ଼ରୁ ୨୫ ଜଣ, ନୂଆପଡ଼ାରୁ ୨ ଜଣ, ପୁରୀରୁ ୫୮ ଜଣ, ରାୟଗଡ଼ାରୁ ୮ ଜଣ, ସମ୍ୱଲପୁରରୁ ୨୪ ଜଣ, ସୋନପୁରରୁ ୩ ଜଣ, ସୁନ୍ଦରଗଡ଼ରୁ ୨୦ ଓ ଷ୍ଟେଟ ପୁଲରୁ ୮୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୯, ୮୪, ୭୩୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୯, ୬୫, ୩୭୦ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୩, ୦୦୬ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

The post ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୨୦୮ ଜଣ କରୋନା ପଜିଟିଭ ଚିହ୍ନଟ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୯୯ first appeared on Sambad.

from କରୋନା | Sambad https://ift.tt/3AaFFNO