
ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୩୪୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୭୭୫ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୫୬୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୭୭ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
Covid-19 Report For 4th August
New Positive Cases: 1342
In quarantine: 775
Local contacts: 567(Details of local contacts will be shared by concerned Dist Administration)
District Wise Cases:
1. Angul: 30
2. Balasore: 59
3. Bargarh: 8
4. Bhadrak: 40
5. Balangir: 3— I & PR Department, Odisha (@IPR_Odisha) August 5, 2021
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୩୦ ଜଣ, ବାଲେଶ୍ୱରରୁ ୫୯ ଜଣ, ବରଗଡ଼ରୁ ୮ ଜଣ, ଭଦ୍ରକରୁ ୪୦ ଜଣ, ବଲାଙ୍ଗୀରରୁ ୩ ଜଣ, କଟକରୁ ୧୬୪ ଜଣ, ଦେବଗଡ଼ରୁ ୩ ଜଣ, ଢେଙ୍କାନାଳରୁ ୧୯ ଜଣ, ଗଜପତିରୁ ୪ ଜଣ, ଗଞ୍ଜାମରୁ ୯ ଜଣ, ଜଗତସିଂହପୁରରୁ ୭୮ ଜଣ, ଯାଜପୁରରୁ ୬୬ ଜଣ, କଳାହାଣ୍ଡିରୁ ୩ ଜଣ, କନ୍ଧମାଳରୁ ୫ ଜଣ, କେନ୍ଦ୍ରାପଡ଼ାରୁ ୪୩ ଜଣ, କେଉଁଝରରୁ ୨୩ ଜଣ, ଖୋର୍ଦ୍ଧାରୁ ୪୭୭ ଜଣ, କୋରାପୁଟରୁ ୧୧ ଜଣ, ମାଲକାନଗିରିରୁ ୭ ଜଣ, ମୟୁରଭଞ୍ଜରୁ ୪୧ ଜଣ, ନବରଙ୍ଗପୁରରୁ ୨ ଜଣ, ନୟାଗଡ଼ରୁ ୨୮ ଜଣ, ନୂଆପଡ଼ାରୁ ୩ ଜଣ, ପୁରୀରୁ ୫୫ ଜଣ, ରାୟଗଡ଼ାରୁ ୧୮ ଜଣ, ସମ୍ୱଲପୁରରୁ ୧୮ ଜଣ, ସୋନପୁରରୁ ୪ ଜଣ, ସୁନ୍ଦରଗଡ଼ରୁ ୧୩ ଓ ଷ୍ଟେଟ ପୁଲରୁ ୧୦୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୯, ୮୩, ୫୨୩ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୯, ୬୩, ୭୧୮ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୩, ୫୧୬ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।
The post ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୩୪୨ ଜଣ କରୋନା ପଜିଟିଭ ଚିହ୍ନଟ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୭୭ first appeared on Sambad.from କରୋନା | Sambad https://ift.tt/3CfBIcB
0 Comments