ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୬ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବାର ସୂଚନା ମିଳିଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୭,୬୨୮କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୬୬ ଜଣ ଲୋକଙ୍କ ସଂପର୍କରେ ସୂଚନା ଦେଇଛନ୍ତି ସରକାର। ପ୍ରାପ୍ତ ସୂଚନା ଅନୁଯାୟୀ, ଏହି ୬୬ ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ସର୍ବାଧିକ ୧୫ ଜଣ ଥିବା ବେଳେ ସମ୍ୱଲପୁରରୁ ୧୧ ଜଣ, ବରଗଡ଼ ଓ ଜଗତସିଂହପୁର ଜିଲ୍ଲାରୁ ୮ ଜଣ ଲେଖାଏଁ ଥିବା ବେଳେ ଯାଜପୁର ଜିଲ୍ଲାରୁ ୪ ଜଣ ଏବଂ ବୌଦ୍ଧ ଜିଲ୍ଲାରୁ ୩ଜଣ ଅଛନ୍ତି। ଏଣେ ବଲାଙ୍ଗୀର, ଦେବଗଡ଼, ଝାରସୁଗୁଡ଼ା, କଳାହାଣ୍ଡି, ସୁନ୍ଦରଗଡ଼ ଓ ଢେଙ୍କାନାଳ ଜିଲ୍ଲାରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି।ଅପରପକ୍ଷରେ ବାଲେଶ୍ବର, ଖୋର୍ଦ୍ଧା, ପୁରୀ, ରାୟଗଡ଼ା ଓ ସୁବର୍ଣ୍ଣପୁର ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତ ପ୍ରାଣ ହରାଇଛନ୍ତି।

ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୪୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୯୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୩୫୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୧୩୦ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦, ୦୪, ୦୫୯ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୯, ୮୮, ୦୯୦ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୮,୨୮୮ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

The post ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୬ ଜଣ ସଂକ୍ରମିତଙ୍କ ପ୍ରାଣହାନି, କରୋନାଜନିତ ମୃତ୍ୟୁସଂଖ୍ୟା ୭,୬୨୮କୁ ବୃଦ୍ଧି first appeared on Sambad.

from କରୋନା | Sambad https://ift.tt/3jfPzZ5