ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୭ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବାର ସୂଚନା ମିଳିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୬,୬୯୭କୁ ବୃଦ୍ଧି ପାଇଛି।

ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୬୭ ଜଣ ଲୋକଙ୍କ ସଂପର୍କରେ ସୂଚନା ଦେଇଛନ୍ତି ସରକାର। ପ୍ରାପ୍ତ ସୂଚନା ଅନୁଯାୟୀ, ଏହି ୬୭ ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ସର୍ବାଧିକ ୧୮ ଜଣ ଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରୁ ୧୧ ଜଣ ଓ ସମ୍ବଲପୁର ଜିଲ୍ଲାରୁ ୯ ଜଣ ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି। ଠିକ୍ ସେହିପରି, ଯାଜପୁର ଜିଲ୍ଲାରୁ ୫ଜଣ, ମୟୂରଭଞ୍ଜ ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ ଜଣ ଲେଖାଏଁ ମୃତକ ଥିବା ଜଣାଯାଇଛି। ଅପରପକ୍ଷରେ ଢେଙ୍କାନଳ ଓ ସୁବର୍ଣ୍ଣପୁର ଜିଲ୍ଲାରୁ ୩ ଜଣ ଲେଖାଏଁ ଥିବା ବେଳେ ପୁରୀ ଏବଂ ବାଲେଶ୍ବର ଜିଲ୍ଲାରୁ ୨ ଜଣ ଆକ୍ରାନ୍ତଙ୍କ ପରଲୋକ ଘଟିଛି। ଠିକ୍ ସେହିପରି କେନ୍ଦୁଝର, ଭଦ୍ରକ, ଜଗତସିଂହପୁର, କଳାହାଣ୍ଡି, ନୂଆପଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ମୃତକ ଥିବା ଜଣାଯାଇଛି।
ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧୦୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୬୪୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୪୬୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏଣେ ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୯, ୯୧, ୧୮୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୯, ୭୩, ୫୭୯ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୦, ୮୫୩ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

The post ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୭ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ first appeared on Sambad.

from କରୋନା | Sambad https://ift.tt/3AADzY2