ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୮ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବାର ସୂଚନା ମିଳିଛି।ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭୭୬୫କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୬୮ ଜଣ ଲୋକଙ୍କ ସଂପର୍କରେ ସୂଚନା ଦେଇଛନ୍ତି ସରକାର।
ପ୍ରାପ୍ତ ସୂଚନା ଅନୁଯାୟୀ, ଏହି ୬୮ ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ସର୍ବାଧିକ ୨୫ ଜଣ ଥିବା ବେଳେ ମୟୂରଭଞ୍ଜ ଓ ଅନୁଗୁଳରୁ ୫ଜଣ ଲେଖାଏଁ ମୃତକ ରହିଛନ୍ତି। ଏଣେ କେନ୍ଦ୍ରାପଡ଼ା ଓ ଖୋର୍ଦ୍ଧା ଜିଲ୍ଲାରୁ ୭ ଜଣ ଲେଖାଏଁ ପ୍ରାଣ ହରାଇଛନ୍ତି।
ଅପରପକ୍ଷରେ ଜଗତସିଂହପୁରରୁ ୬ ଓ ଭଦ୍ରକ, ଢେଙ୍କାନାଳ ଏବଂ ବାଲେଶ୍ବର ଜିଲ୍ଲାରୁ ୩ ଜଣ ଲେଖାଏଁ ମୃତକ ଅଛନ୍ତି। ଏହାଛଡ଼ା ନୟାଗଡ଼ରୁ ୨ ଜଣ, ବୌଦ୍ଧ ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ମୃତକ ଥିବା ଜଣାଯାଇଛି।
ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୭୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୫୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୩୨୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦,୦୫,୬୫୪୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୯,୮୯, ୮୪୦ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୭,୯୯୬ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।
The post ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୮ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ first appeared on Sambad.from କରୋନା | Sambad https://ift.tt/3gHvut3
0 Comments