ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୯ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବାର ସୂଚନା ମିଳିଛି।। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୭,୬୯୭କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୬୯ ଜଣ ଲୋକଙ୍କ ସଂପର୍କରେ ସୂଚନା ଦେଇଛନ୍ତି ସରକାର। ପ୍ରାପ୍ତ ସୂଚନା ଅନୁଯାୟୀ, ଏହି ୬୯ ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ସର୍ବାଧିକ ୩୮ ଜଣ ଥିବା ବେଳେ ଜଗତସିଂହପୁର ଜିଲ୍ଲାରୁ ୯ ଜଣ ଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରୁ କେହି ପ୍ରାଣ ହରାଇନାହାନ୍ତି।
ଏଣେ ଢେଙ୍କାନାଳରୁ ୬ ଜଣ ଆକ୍ରାନ୍ତ ଅଛନ୍ତି। ଏହାଛଡ଼ା ଯାଜପୁର, ମୟୂରଭଞ୍ଜ ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି।
ଅପରପକ୍ଷରେ ଅନୁଗୁଳ ଓ ନବରଙ୍ଗପୁର ଜିଲ୍ଲାରୁ ୨ ଜଣ ଲେଖାଏଁ ଏବଂ ପୁରୀ, ଭଦ୍ରକ ଓ କେନ୍ଦୁଝର ଜିଲ୍ଲାରୁ ଜଣେ ଲେଖାଏଁ ମୃତକ ଥିବା ଜଣାଯାଇଛି।

ଉଲ୍ଲେଖଯୋଗ୍ୟ, ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୧୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୭୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୩୪୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦, ୦୪, ୮୭୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୯, ୮୮, ୮୫୪ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୮, ୨୭୧ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

The post ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୯ ଜଣ ସଂକ୍ରମିତଙ୍କ ପ୍ରାଣହାନି, କରୋନାଜନିତ ମୃତ୍ୟୁସଂଖ୍ୟା ୭,୬୯୭କୁ ବୃଦ୍ଧି first appeared on Sambad.

from କରୋନା | Sambad https://ift.tt/3jnBUiN