ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୫୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୪୯୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୩୫୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୦୦ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ କିଶୋର ଥିବା ଜଣାଯାଇଛି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୮୬ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୨୯ ଜଣ, ବାଲେଶ୍ୱରରୁ ୪୬ ଜଣ, ବରଗଡ଼ରୁ ୧୨ ଜଣ, ଭଦ୍ରକରୁ ୧୮ ଜଣ, ବଲାଙ୍ଗୀରରୁ ୨ ଜଣ, କଟକରୁ ୧୪୦ ଜଣ, ଦେବଗଡ଼ରୁ ୧୩ ଜଣ, ଢେଙ୍କାନାଳରୁ ୧୦ ଜଣ, ଗଜପତିରୁ ୧, ଗଞ୍ଜାମରୁ ୧୧ ଜଣ, ଜଗତସିଂହପୁରରୁ ୩୨ ଜଣ, ଯାଜପୁରରୁ ୩୩ ଜଣ, ଝାରସୁଗୁଡ଼ାରୁ ୨ ଜଣ, କଳାହାଣ୍ଡିରୁ ୩ ଜଣ, କନ୍ଧମାଳରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୨୧ ଜଣ, କେଉଁଝରରୁ ୧୬ ଜଣ, ଖୋର୍ଦ୍ଧାରୁ ୨୮୬ ଜଣ, କୋରାପୁଟରୁ ୩ ଜଣ, ମାଲକାନଗିରିରୁ ୧ ଜଣ, ମୟୁରଭଞ୍ଜରୁ ୨୧ ଜଣ, ନୟାଗଡ଼ରୁ ୨୨ ଜଣ, ପୁରୀରୁ ୩୫ ଜଣ, ରାୟଗଡ଼ାରୁ ୪ ଜଣ, ସମ୍ୱଲପୁରରୁ ୧୯ ଜଣ, ସୋନପୁରରୁ ୧, ସୁନ୍ଦରଗଡ଼ରୁ ୧୨ ଜଣ ଓ ଷ୍ଟେଟ ପୁଲରୁ ୫୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦, ୦୦, ୯୩୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୯, ୮୪, ୨୨୪ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୯, ୩୦୨ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

The post ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୫୩ ଜଣ କରୋନା ପଜିଟିଭ ଚିହ୍ନଟ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୮୬ first appeared on Sambad.

from କରୋନା | Sambad https://ift.tt/3muJ1HQ