ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୭ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବାର ସୂଚନା ମିଳିଛି।। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୭,୪୯୩କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୬୭ ଜଣ ଲୋକଙ୍କ ସଂପର୍କରେ ସୂଚନା ଦେଇଛନ୍ତି ସରକାର। ପ୍ରାପ୍ତ ସୂଚନା ଅନୁଯାୟୀ, ଏହି ୬୭ ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ସର୍ବାଧିକ ୨୦ ଜଣ ଥିବା ବେଳେ ଜଗତସିଂହପୁର ଜିଲ୍ଲାରୁ ୧୪ ଜଣ ଅଛନ୍ତି। ତେବେ ଖୋର୍ଦ୍ଧା ଜିଲ୍ଲାରୁ କେହି ପ୍ରାଣ ହରାଇନାହାନ୍ତି।

ଏଣେ ଯାଜପୁର ଜିଲ୍ଲାରୁ ୬ ଜଣ ଓ ଢେଙ୍କାନାଳରୁ ୮ ଜଣ ଆକ୍ରାନ୍ତ ଅଛନ୍ତି। ବାଲେଶ୍ବର ଜିଲ୍ଲାରୁ ୫, ଅନୁଗୁଳ ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି।
ଅପରପକ୍ଷରେ ଭଦ୍ରକ ଓ ମୟୂରଭଞ୍ଜ ଜିଲ୍ଲାରୁ ୨ ଜଣ ଲେଖାଏଁ ପୁରୀ, ରାୟଗଡ଼ା ନବରଙ୍ଗପୁର ଓ କେନ୍ଦୁଝର ଜିଲ୍ଲାରୁ ଜଣେ ଲେଖାଏଁ ମୃତକ ଥିବା ଜଣାଯାଇଛି।

ଉଲ୍ଲେଖଯୋଗ୍ୟ, ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୨୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୬୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୨୫୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୮୦ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦, ୦୨, ୩୨୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୯, ୮୬, ୩୩୪ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୮, ୪୪୩ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

The post ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୭ ଜଣ ସଂକ୍ରମିତଙ୍କ ପ୍ରାଣହାନି, କରୋନାଜନିତ ମୃତ୍ୟୁସଂଖ୍ୟା ୭,୪୯୩କୁ ବୃଦ୍ଧି first appeared on Sambad.

from କରୋନା | Sambad https://ift.tt/38aj2x2