ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୬୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୫୦୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୩୬୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୧୦୪ ଜଣ ଶିଶୁ ଓ କିଶୋର କରୋନା ସଂକ୍ରମିତ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୫୬ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୨୬ ଜଣ, ବାଲେଶ୍ୱରରୁ ୫୨ ଜଣ, ବରଗଡ଼ରୁ ୧୩ ଜଣ, ଭଦ୍ରକରୁ ୧୯ ଜଣ, ବଲାଙ୍ଗୀରରୁ ୮ ଜଣ, ବୌଦ୍ଧ ଜିଲ୍ଲାରୁ ୧ ଜଣ, କଟକରୁ ୧୫୪ ଜଣ, ଦେବଗଡ଼ରୁ ୬ ଜଣ, ଢେଙ୍କାନାଳରୁ ୧୫ ଜଣ, ଗଜପତିରୁ ୧ ଜଣ, ଗଞ୍ଜାମରୁ ୩ ଜଣ, ଜଗତସିଂହପୁରରୁ ୨୩ ଜଣ, ଯାଜପୁରରୁ ୪୫ ଜଣ, ଝାରସୁଗୁଡ଼ାରୁ ୬ ଜଣ, କଳାହାଣ୍ଡିରୁ ୨ ଜଣ, କନ୍ଧମାଳରୁ ୧୨ ଜଣ, କେନ୍ଦ୍ରାପଡ଼ାରୁ ୨୬ ଜଣ, କେଉଁଝରରୁ ୧୦ ଜଣ, ଖୋର୍ଦ୍ଧାରୁ ୨୫୬ ଜଣ, ମାଲକାନଗିରିରୁ ୬ ଜଣ, ମୟୁରଭଞ୍ଜରୁ ୨୮ ଜଣ, ନୟାଗଡ଼ରୁ ୨୧ ଜଣ, ନୂଆପଡ଼ାରୁ ୬ ଜଣ, ପୁରୀରୁ ୨୧ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ୱଲପୁରରୁ ୩୯ ଜଣ, ସୁନ୍ଦରଗଡ଼ରୁ ୧୩ ଓ ଷ୍ଟେଟ ପୁଲରୁ ୫୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୯, ୯୫, ୪୩୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୯, ୭୮, ୨୪୦ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୦, ୧୮୭ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

 

The post ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୮୬୮ କରୋନା ସଂକ୍ରମିତ ଚିହ୍ନଟ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୫୬ first appeared on Sambad.

from କରୋନା | Sambad https://ift.tt/380kPFb