ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୭ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବାର ସୂଚନା ମିଳିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୬୭ ଜଣ ଲୋକଙ୍କ ସଂପର୍କରେ ସୂଚନା ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୦୩୩କୁ ବୃଦ୍ଧି ପାଇଛି।
ପ୍ରାପ୍ତ ସୂଚନା ଅନୁଯାୟୀ, ଏହି ୬୭ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୨ ଜଣ ଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲାରୁ ୧୧ ଜଣ ଅଛନ୍ତି। ଅପରପକ୍ଷରେ କଟକ ଜିଲ୍ଲାରେ ୧୦ ଜଣଙ୍କ କରୋନାରେ ପ୍ରାଣହାନି ଘଟିଛି। ଏହାଛଡ଼ା ପୁରୀ ଜିଲ୍ଲାରୁ ୬ ଓ ଢେଙ୍କାନାଳ ଜିଲ୍ଲାରୁ ୫ ଜଣ ମୃତକ ରହିଛନ୍ତି। ଏଣେ ଗଞ୍ଜାମ ଓ ଜଗତସିଂହପୁର ଜିଲ୍ଲାରୁ ୪ ଜଣ ଲେଖାଏଁ ଥିବା ଜଣାଯାଇଛି। ଅନୁଗୁଳ ଓ ଭଦ୍ରକ ଜିଲ୍ଲାରୁ ୩ ଜଣ ଲେଖାଏଁ ମୃତକ ରହିଛନ୍ତି।
ଠିକ୍ ସେହିପରି ବାଲେଶ୍ବର, ଝାରସୁଗୁଡ଼ା ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ ଜଣ ଲେଖାଏଁ ଥିବା ଜଣାଯାଇଛି। ଅପରପକ୍ଷରେ ବରଗଡ଼, ଯାଜପୁର ଓ କେନ୍ଦୁଝର ଜିଲ୍ଲାରେ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ଜଣାଯାଇଛି।
ସୂଚନାଯୋଗ୍ୟ, ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୯, ୭୯, ୭୩୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୯, ୫୮, ୬୦୧ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୫, ୦୫୦ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।
The post ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୭ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ: ଓଡ଼ିଶାରେ ମୃତ୍ୟୁ ସଂଖ୍ୟା ୬ ହଜାର ଟପିଲା first appeared on Sambad.from କରୋନା | Sambad https://ift.tt/3rNIDov
0 Comments