ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୯ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବାର ସୂଚନା ମିଳିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୧୦୨କୁ ବୃଦ୍ଧି ପାଇଛି।

ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୬୯ ଜଣ ଲୋକଙ୍କ ସଂପର୍କରେ ସୂଚନା ଦେଇଛନ୍ତି ସରକାର। ପ୍ରାପ୍ତ ସୂଚନା ଅନୁଯାୟୀ, ଏହି ୬୯ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୩ ଜଣ ଥିବା ବେଳେ କଟକ ଜିଲ୍ଲାରୁ ୯ ଜଣ ଅଛନ୍ତି। ଅପରପକ୍ଷରେ ପୁରୀ ଜିଲ୍ଲାରେ ୭ ଜଣଙ୍କର କରୋନାରେ ପ୍ରାଣହାନି ଘଟିଛି। ଏହାଛଡ଼ା କେନ୍ଦ୍ରାପଡ଼ା ଜିଲ୍ଲାରୁ ୬ ଜଣ ମୃତକ ରହିଛନ୍ତି। ଏଣେ  ଜଗତସିଂହପୁର, ବାଲେଶ୍ବର, ଭଦ୍ରକ ଓ ମୟୂରଭଞ୍ଜ ଜିଲ୍ଲାରୁ ୩ ଜଣ ଲେଖାଏଁ ମୃତକ ରହିଛନ୍ତି।

ଠିକ୍ ସେହିପରି ଅନୁଗୁଳ, ଯାଜପୁର, ଢେଙ୍କାନାଳ, ଗଞ୍ଜାମ ଓ କଳାହାଣ୍ଡି  ଜିଲ୍ଲାରୁ ୨ ଜଣ ଲେଖାଏଁ ଥିବା ଜଣାଯାଇଛି। ଅପରପକ୍ଷରେ ବଲାଙ୍ଗୀର ଓ ନୟାଗଡ଼ ଜିଲ୍ଲାରେ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି।

ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧୨୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୬୫୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୪୭୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଣେ ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୯, ୮୦, ୮୬୬ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୯, ୬୦, ୩୮୬ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୪, ୩୨୫ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

The post ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୯ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ first appeared on Sambad.

from କରୋନା | Sambad https://ift.tt/3C8yeJ0