ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୩ ଜଣ ସଂକ୍ରମିତଙ୍କ ପ୍ରାଣହାନି, ମୃତକଙ୍କ ମଧ୍ୟରେ ଜଣେ ୮ବର୍ଷର ଶିଶୁ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୩ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବାର ସୂଚନା ମିଳିଛି।। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୮,୦୨୨କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୫୩  ଜଣ ଲୋକଙ୍କ ସଂପର୍କରେ ସୂଚନା ଦେଇଛନ୍ତି ସରକାର। ପ୍ରାପ୍ତ ସୂଚନା ଅନୁଯାୟୀ, ଏହି ୫୩ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୧୬ଜଣ କରୋନା ଆକ୍ରାନ୍ତ ରହିଥିବା ବେଳେ କେନ୍ଦୁଝର ଓ ଜଗସିଂହପୁରରୁ ୬ଜଣ ଲେଖାଏଁ, କଟକ ଓ ପୁରୀରୁ ୫ଜଣ ଲେଖାଏଁ, ଯାଜପୁରରୁ ୪ଜଣ, ଭୁବନେଶ୍ବରରୁ ୩ଜଣ, କେନ୍ଦ୍ରାପଡ଼ାରୁ ୨ଜଣ ଲେଖାଏଁ, ନୟାଗଡ଼, ନବରଙ୍ଗପୁର, ବଲାଙ୍ଗୀର, ଅନୁଗୁଳ, ଝାରସୁଗୁଡ଼ା ଓ ମୟୂରଭଞ୍ଜରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ଝାରସୁଗୁଡ଼ାରୁ ଜଣେ ୮ବର୍ଷର ଶିଶୁ କନ୍ୟାର ମୃତ୍ୟୁ ଘଟିଥିବା ନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଶିଶୁଟି ଗମ୍ଭୀର ରୋଗରେ ପୀଡିତ ଥିବା କୁହାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୧୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୨୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୨୯୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୧୨୫ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୫୯ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦, ୦୮, ୪୬୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୯, ୯୩, ୨୩୫ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୭, ୧୫୯ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

The post ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୩ ଜଣ ସଂକ୍ରମିତଙ୍କ ପ୍ରାଣହାନି, ମୃତକଙ୍କ ମଧ୍ୟରେ ଜଣେ ୮ବର୍ଷର ଶିଶୁ first appeared on Sambad.

from କରୋନା | Sambad https://ift.tt/3t4Hbih

Post a Comment

0 Comments