ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୯ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବାର ସୂଚନା ମିଳିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୬୯ ଜଣ ଲୋକଙ୍କ ସଂପର୍କରେ ସୂଚନା ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୭୮୩୪କୁ ବୃଦ୍ଧି ପାଇଛି।
ପ୍ରାପ୍ତ ସୂଚନା ଅନୁଯାୟୀ, ଏହି ୬୯ ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ସର୍ବାଧିକ ୧୯ ଜଣ ଥିବା ବେଳେ ଜଗତସିଂହପୁର ଜିଲ୍ଲାରୁ ୯ ଜଣ, ମୟୂରଭଞ୍ଜ ଓ ନୟାଗଡ଼ରୁ ୫ଜଣ ଲେଖାଏଁ ମୃତକ ରହିଛନ୍ତି। ଏଣେ ଅନୁଗୁଳରୁ ୧୦ ଜଣ, ବାଲେଶ୍ବର, ଢେଙ୍କାନାଳ ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ ଜଣ ଲେଖାଏଁ ପ୍ରାଣ ହରାଇଛନ୍ତି। ଅପରପକ୍ଷରେ ଯାଜପୁର ଓ ଭଦ୍ରକ ଜିଲ୍ଲାରୁ ୩ ଜଣ ଲେଖାଏଁ ଓ ପୁରୀ ଜିଲ୍ଲାରୁ ୨ଜଣ ଏବଂ କେଉଁଝର ଜିଲ୍ଲାରୁ ଜଣେ ମୃତକ ରହିଛନ୍ତି।

ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୪୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୯୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୩୫୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୧୯ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ କିଶୋର ଥିବା ଜଣାଯାଇଛି।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦,୦୬,୫୦୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୯,୯୦, ୭୯୬ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୭,୮୨୦ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

The post ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୯ ଜଣ ସଂକ୍ରମିତଙ୍କ ପ୍ରାଣହାନି: କରୋନାଜନିତ ମୃତ୍ୟୁସଂଖ୍ୟା ୭୮୩୪କୁ ବୃଦ୍ଧି first appeared on Sambad.

from କରୋନା | Sambad https://ift.tt/3jqM2Hr