ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୪୦ ହଜାରରୁ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୪ ଶହରୁ ଅଧିକ ରହିଛି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪୦,୧୩୪ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୪୨୨ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୩,୧୬,୯୫,୯୫୮ ଓ ମୃତ୍ୟୁସଂଖ୍ୟା ୪,୨୪,୭୭୩ରେ ପହଞ୍ଚିଛି।
ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୩୬,୯୪୬ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୩,୦୮,୫୭,୪୬୭ରେ ପହଞ୍ଚିଛି।
ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୪,୧୩,୭୧୮।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୪୭,୨୨,୨୩,୬୩୯ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଗତ ୨୪ଘଣ୍ଟା ମଧ୍ୟରେ ଦିଆଯାଇଛି ୧୭,୦୬,୫୯୮ ଡୋଜ୍ ଟିକା।
‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଅଗଷ୍ଟ ୧ ତାରିଖ ସୁଦ୍ଧା ସମୁଦାୟ ୪୬,୯୬,୪୫,୪୯୪ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୪,୨୮,୯୮୪ଟି ନମୁନା।
The post ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୦,୧୩୪ ନୂଆ କୋଭିଡ୍-୧୯ ସଂକ୍ରମିତ ଚିହ୍ନଟ, ମୃତ୍ୟୁସଂଖ୍ୟା ୪୨୨ first appeared on Sambad.from କରୋନା | Sambad https://ift.tt/37evE5Y
0 Comments