ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୬ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବାର ସୂଚନା ମିଳିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୬,୯୫୩କୁ ବୃଦ୍ଧି ପାଇଛି।
ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୬୬ ଜଣ ଲୋକଙ୍କ ସଂପର୍କରେ ସୂଚନା ଦେଇଛନ୍ତି ସରକାର। ପ୍ରାପ୍ତ ସୂଚନା ଅନୁଯାୟୀ, ଏହି ୬୬ ମୃତକଙ୍କ ମଧ୍ୟରେ ସମ୍ବଲପୁର ଜିଲ୍ଲାରୁ ସର୍ବାଧିକ ୧୨ ଜଣ ଥିବା ବେଳେ କଟକ ଜିଲ୍ଲାରୁ ୮ ଜଣ ଓ ଅନୁଗୁଳ ଜିଲ୍ଲାରୁ ୭ ଜଣ ଆକ୍ରାନ୍ତ ଅଛନ୍ତି। ଅପରପକ୍ଷରେ ଢେଙ୍କାନାଳ ଏବଂ ବାଲେଶ୍ବର ଜିଲ୍ଲାରୁ ୫ ଜଣ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି।
ଅପରପକ୍ଷରେ ବରଗଡ଼, ଭଦ୍ରକ, ଖୋର୍ଦ୍ଧା ଓ ଜଗତସିଂହପୁର ଜିଲ୍ଲାରୁ ୪ ଜଣ ଲେଖାଏଁ ମୃତକ ଅଛନ୍ତି। ଠିକ୍ ସେହିପରି, ଗଞ୍ଜାମ, କଳାହାଣ୍ଡି, କେନ୍ଦ୍ରାପଡ଼ା ଓ ସୁବର୍ଣ୍ଣପୁର ଜିଲ୍ଲାରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ପରଲୋକ ଘଟିଛି। ଏଣେ ବଲାଙ୍ଗୀର, ଦେବଗଡ଼, ଯାଜପୁର, ଝାରସୁଗୁଡ଼ା ଓ ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ମୃତକ ଥିବା ଜଣାଯାଇଛି।

ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୬୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୫୦୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୩୬୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୧୦୪ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୯, ୯୫, ୪୩୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୯, ୭୮, ୨୪୦ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୦, ୧୮୭ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

The post ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୬ ଜଣ ସଂକ୍ରମିତଙ୍କ ପ୍ରାଣହାନି, କରୋନାଜନିତ ମୃତ୍ୟୁ ସଂଖ୍ୟା ୬,୯୫୩କୁ ବୃଦ୍ଧି first appeared on Sambad.

from କରୋନା | Sambad https://ift.tt/3g5neTp