
ଭୁବନେଶ୍ବର: ଏବେ ରାଜଧାନୀରେ କରୋନା ସଂକ୍ରମଣ ସ୍ଥିର ରହିଛି। ଗତ କିଛି ଦିନ ହେଲାଣି ସଂକ୍ରମିତଙ୍କ ସଂଖ୍ୟା ୨୦୦ଭିତରେ ରହୁଛି। ଆଜି ରାଜ୍ୟ ରାଜଧାନୀରେ ଗତ ୨୪ ଘଣ୍ଟା ମଧ୍ୟରେ ୧୭୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୫୮ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।
Update on newly detected #COVID19 cases in the last
24 hrs under the BMC area on 30th August (till 9am). pic.twitter.com/jlUuOCNxD4— BMC (@bmcbbsr) August 30, 2021
ଚିହ୍ନଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୪୮ଜଣ ଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୨୫ଜଣ ରହିଛନ୍ତି। ଏଯାବତ ରାଜଧାନୀରୁ ୧୦୬୭୩୨ଜଣ ଚିହ୍ନଟ ହୋଇଥିବା ବେଳେ ୧୦୨୪୬୨ଜଣ କରୋନାରେ ସଂକ୍ରମିତ ସୁସ୍ଥ ହୋଇଥିବା ଭୁବନେଶ୍ବର ମହାନଗର ନିଗମ ସୂଚନା ଦେଇଛି। ଏବେ ବି ଭୁବନେଶ୍ବରରେ ୩୨୫୫ଜଣ ସକ୍ରିୟ କରୋନା ଆକ୍ରାନ୍ତ ଥିବା ବେଳେ ୯୯୪ଜଣଙ୍କର ମୃତ୍ୟୁ ହୋଇଛି। ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟାକୁ ଦୃଷ୍ଟିରେ ରଖି ଏବେ ବି ଆମକୁ ସତର୍କ ରହିବା ସହିତ ମାସ୍କ ପିନ୍ଧିବା ଓ ସାମାଜିକ ଦୂରତା ଅବଲମ୍ବନ କରିବାକୁ ସରକାର ପରାମର୍ଶ ଦେଇଛନ୍ତି।
The post ଗତ ୨୪ ଘଣ୍ଟାରେ ଭୁବନେଶ୍ବରରୁ ୧୭୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ first appeared on Sambad.from କରୋନା | Sambad https://ift.tt/3gNkH0e
0 Comments