
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୪୧ହଜାରରୁ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୫ ଶହରୁ କମ୍ ରହିଛି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪୧,୯୬୫ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୪୬୦ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୩,୨୮,୧୦,୮୪୫ ଓ ମୃତ୍ୟୁସଂଖ୍ୟା ୪,୩୯,୦୨୦ରେ ପହଞ୍ଚିଛି।
ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୩୩,୯୬୪ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୩,୧୯,୯୩,୬୪୪ରେ ପହଞ୍ଚିଛି।
ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩,୭୮,୧୮୧।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୬୫,୪୧,୧୩,୫୦୮ ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଗତକାଲି ୧,୩୩,୧୮,୫୦୮ ଜଣଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଅଗଷ୍ଟ ୩୧ ତାରିଖ ସୁଦ୍ଧା ସମୁଦାୟ ୫୨,୩୧,୮୪,୨୯୩ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୬,୦୬,୭୮୫ଟି ନମୁନା।
The post ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୧,୯୬୫ ନୂଆ କୋଭିଡ୍-୧୯ ସଂକ୍ରମିତ ଚିହ୍ନଟ; ମୃତ୍ୟୁସଂଖ୍ୟା ୪୬୦ first appeared on Sambad.
from କରୋନା | Sambad https://ift.tt/38wxBeO
0 Comments