
ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧୦୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୬୪୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୪୬୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୯୭ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
Covid-19 Report For 11th August
New Positive Cases: 1107
In quarantine: 646
Local contacts: 461(Details of local contacts will be shared by concerned Dist Administration)
District Wise Cases:
1. Angul: 24
2. Balasore: 66
3. Bargarh: 5
4. Bhadrak: 36
5. Balangir: 3— I & PR Department, Odisha (@IPR_Odisha) August 12, 2021
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୨୪ ଜଣ, ବାଲେଶ୍ୱରରୁ ୬୬ ଜଣ, ବରଗଡ଼ରୁ ୬ ଜଣ, ଭଦ୍ରକରୁ ୩୬ ଜଣ, ବଲାଙ୍ଗୀରରୁ ୩ ଜଣ, କଟକରୁ ୧୩୦ ଜଣ, ଦେବଗଡ଼ରୁ ୩ ଜଣ, ଢେଙ୍କାନାଳରୁ ୧୨ ଜଣ, ଗଜପତିରୁ ୧ ଜଣ, ଗଞ୍ଜାମରୁ ୪ ଜଣ, ଜଗତସିଂହପୁରରୁ ୫୩ ଜଣ, ଯାଜପୁରରୁ ୫୨ ଜଣ, ଝାରସୁଗୁଡ଼ାରୁ ୯ ଜଣ, କଳାହାଣ୍ଡିରୁ ୭ ଜଣ, କନ୍ଧମାଳରୁ ୭ ଜଣ, କେନ୍ଦ୍ରାପଡ଼ାରୁ ୪୨ ଜଣ, କେଉଁଝରରୁ ୧୮ ଜଣ, ଖୋର୍ଦ୍ଧାରୁ ୩୯୭ ଜଣ, କୋରାପୁଟରୁ ୧ ଜଣ, ମାଲକାନଗିରିରୁ ୧୦ ଜଣ, ମୟୁରଭଞ୍ଜରୁ ୪୦ ଜଣ, ନବରଙ୍ଗପୁରରୁ ୧ ଜଣ, ନୟାଗଡ଼ରୁ ୨୯ ଜଣ, ନୂଆପଡ଼ାରୁ ୧ ଜଣ, ପୁରୀରୁ ୨୮ ଜଣ, ରାୟଗଡ଼ାରୁ ୫ ଜଣ, ସମ୍ୱଲପୁରରୁ ୨୦ ଜଣ, ସୋନପୁରରୁ ୪ ଜଣ, ସୁନ୍ଦରଗଡ଼ରୁ ୧୭ ଓ ଷ୍ଟେଟ ପୁଲରୁ ୮୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୯, ୯୧, ୧୮୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୯, ୭୩, ୫୭୯ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୦, ୮୫୩ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।
The post ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧୦୭ ଜଣ କରୋନା ପଜିଟିଭ ଚିହ୍ନଟ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୯୭ first appeared on Sambad.from କରୋନା | Sambad https://ift.tt/2VFZ0bp
0 Comments