ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୯ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବାର ସୂଚନା ମିଳିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭୩୫୮କୁ ବୃଦ୍ଧି ପାଇଛି। ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୬୯ ଜଣ ଲୋକଙ୍କ ସଂପର୍କରେ ସୂଚନା ଦେଇଛନ୍ତି ସରକାର।
ପ୍ରାପ୍ତ ସୂଚନା ଅନୁଯାୟୀ, ଏହି ୬୯ ମୃତକଙ୍କ ମଧ୍ୟରେ କଟକ ଓ ଜଗତସିଂହପୁର ଜିଲ୍ଲାରୁ ସର୍ବାଧିକ ୧୩ ଜଣ ଲେଖାଏଁ ଥିବା ବେଳେ ଅନୁଗୁଳରୁ ୮ ଓ ଢେଙ୍କାନାଳରୁ ୧୧ ଜଣ ଅଛନ୍ତି। ଏହାଛଡ଼ା କେନ୍ଦ୍ରାପଡ଼ାରୁ ୮ ଜଣ, ଯାଜପୁର ଜିଲ୍ଲାରୁ ୫ ଜଣ ମୃତକ ଥିବା ଜଣାଯାଇଛି। ଏଣେ ଭଦ୍ରକ ଜିଲ୍ଲାରୁ ୩ ଜଣ, ବାଲେଶ୍ବର ଜିଲ୍ଲାରୁ ୩ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ, ନବରଙ୍ଗପୁର ଓ ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ମୃତକ ରହିଛନ୍ତି।
ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୫୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୪୯୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୩୫୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୦୦ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ କିଶୋର ଥିବା ଜଣାଯାଇଛି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦,୦୦,୯୩୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୯,୮୪, ୨୨୪ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୯,୩୦୨ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

The post ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୯ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ first appeared on Sambad.

from କରୋନା | Sambad https://ift.tt/3y8XOuf