ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୬ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବାର ସୂଚନା ମିଳିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୬,୩୦୨କୁ ବୃଦ୍ଧି ପାଇଛି।

ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୬୬ ଜଣ ଲୋକଙ୍କ ସଂପର୍କରେ ସୂଚନା ଦେଇଛନ୍ତି ସରକାର। ପ୍ରାପ୍ତ ସୂଚନା ଅନୁଯାୟୀ, ଏହି ୬୬ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୯ ଜଣ ଥିବା ବେଳେ କଟକ ଜିଲ୍ଲାରୁ ୧୧ ଜଣ ଓ ଗଞ୍ଜାମ ଜିଲ୍ଲାରୁ ୧୦ଜଣ ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି। ଠିକ୍ ସେହିପରି, ବାଲେଶ୍ବର ଜିଲ୍ଲାରୁ ୬ ଓ ଅନୁଗୁଳ ଜିଲ୍ଲାରୁ ୪ ଜଣ ମୃତକ ରହିଛନ୍ତି।

ଅପରପକ୍ଷରେ କେନ୍ଦୁଝର ଜିଲ୍ଲାରୁ ୩ ଜଣ ଥିବା ବେଳେ  ପୁରୀ, ମୟୂରଭଞ୍ଜ ଓ ବଲାଙ୍ଗୀର ଜିଲ୍ଲାରୁ ୨ଜଣ, ରାୟଗଡ଼ା, ନୟାଗଡ଼, ସମ୍ବଲପୁର, ନୂଆପଡ଼ା, ଭଦ୍ରକ, କନ୍ଧମାଳ ଓ ଝାରସୁଗୁଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ମୃତକ ଥିବା ଜଣାଯାଇଛି।

ଏଣେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୨୦୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୭୦୨ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୫୦୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୯, ୮୪, ୭୩୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୯, ୬୫, ୩୭୦ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୩, ୦୦୬ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

The post ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୬ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ: କରୋନାଜନିତ ମୃତ୍ୟୁ ସଂଖ୍ୟା ୬,୩୦୨କୁ ବୃଦ୍ଧି first appeared on Sambad.

from କରୋନା | Sambad https://ift.tt/2TXLJdb