ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୨୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୬୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୨୫୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୮୦ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୧୪ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
Covid-19 Report For 23rd August
New Positive Cases: 625
Of which 0-18 years: 80
In quarantine: 366
Local contacts: 259(Details of local contacts will be shared by concerned Dist Administration)
District Wise Cases:
1. Angul: 18
2. Balasore: 50
3. Bargarh: 6
4. Bhadrak: 8— I & PR Department, Odisha (@IPR_Odisha) August 24, 2021
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୧୮ ଜଣ, ବାଲେଶ୍ୱରରୁ ୫୦ ଜଣ, ବରଗଡ଼ରୁ ୬ ଜଣ, ଭଦ୍ରକରୁ ୮ ଜଣ, କଟକରୁ ୫୬ ଜଣ, ଦେବଗଡ଼ରୁ ୯ ଜଣ, ଢେଙ୍କାନାଳରୁ ୬ ଜଣ, ଗଜପତିରୁ ୨ ଜଣ, ଗଞ୍ଜାମରୁ ୬ ଜଣ, ଜଗତସିଂହପୁରରୁ ୩୮ ଜଣ, ଯାଜପୁରରୁ ୩୪ ଜଣ, ଝାରସୁଗୁଡ଼ାରୁ ୩ ଜଣ, କନ୍ଧମାଳରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୯ ଜଣ, କେଉଁଝରରୁ ୧୮ ଜଣ, ଖୋର୍ଦ୍ଧାରୁ ୨୧୪ ଜଣ, ମାଲକାନଗିରିରୁ ୧ ଜଣ, ମୟୁରଭଞ୍ଜରୁ ୭ ଜଣ, ନୟାଗଡ଼ରୁ ୧୦ ଜଣ, ପୁରୀରୁ ୨୯ ଜଣ, ରାୟଗଡ଼ାରୁ ୧୨ ଜଣ, ସମ୍ୱଲପୁରରୁ ୧୮ ଜଣ, ସୁନ୍ଦରଗଡ଼ରୁ ୬ ଜଣ ଓ ଷ୍ଟେଟ ପୁଲରୁ ୪୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦, ୦୨, ୩୨୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୯, ୮୬, ୩୩୪ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୮, ୪୪୩ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।
The post ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୬୨୫ କରୋନା ସଂକ୍ରମିତ ଚିହ୍ନଟ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୧୪ first appeared on Sambad.from କରୋନା | Sambad https://ift.tt/3gpLwaA
0 Comments