ନୂଆଦିଲ୍ଲୀ: ଦେଶରେ ଏବେ କରୋନା ସଂକ୍ରମଣ ସ୍ଥିର ରହିଛି। ଗତ କିଛି ଦିନ ହେଲାଣି ସଂକ୍ରମଣ ୨୦ରୁ ୪୦ହଜାର ଭିତରେ ରହୁଛି। ଆଜି ୧୫୪ଦିନ ପରେ ସଂକ୍ରମଣ ଟିକେ କମ ରହିଥିବା ବେଳେ ମୃତ୍ୟୁସଂଖ୍ୟା ୪୦୦ଟପିଛି।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୫,୧୬୬କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୪୩୭ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୩,୨୨,୫୦,୬୭୦ ଓ ମୃତ୍ୟୁସଂଖ୍ୟା ୪,୩୨,୦୭୯ରେ ପହଞ୍ଚିଛି।

ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୩୬,୮୩୦ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତା ସଂଖ୍ୟା ୩,୧୪,୪୮,୭୫୪ରେ ପହଞ୍ଚିଛି।

ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩,୬୯,୮୪୬ ।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତ ୨୪ଘଣ୍ଟାରେ ୮୮,୧୩,୯୧୯ ଜଣଙ୍କୁ ଟିକା ଦିଆଯାଇଛି। ଏହାକୁ ମିଶାଇ ଏପର୍ଯ୍ୟନ୍ତ ମୋଟ ୫୫,୪୭,୩୦,୬୦୯ଜଣଙ୍କୁ ଟିକା ଦିଆଯାଇସାରିଛି।

 

The post ୧୫୪ଦିନ ପରେ କମିଲା ସଂକ୍ରମଣ, ଗତ ୨୪ଘଣ୍ଟାରେ ୨୫,୧୬୬ କରୋନା ସଂକ୍ରମିତ ଚିହ୍ନଟ first appeared on Sambad.

from କରୋନା | Sambad https://ift.tt/37OeYT1