ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୪ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବାର ସୂଚନା ମିଳିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୬୪ ଜଣ ଲୋକଙ୍କ ସଂପର୍କରେ ସୂଚନା ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୫୬୫କୁ ବୃଦ୍ଧି ପାଇଛି।
ପ୍ରାପ୍ତ ସୂଚନା ଅନୁଯାୟୀ, ଏହି ୬୪ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦ ଜଣ ଥିବା ବେଳେ ସୁନ୍ଦରଗଡ଼ରୁ ୮ ଓ ବାଲେଶ୍ୱର ଜିଲ୍ଲାରୁ ୬ ଜଣ ଅଛନ୍ତି। ଏହାଛଡ଼ା କନ୍ଧମାଳ ଜିଲ୍ଲାରୁ ୪ ଜଣ, ଯାଜପୁର, ମୟୁରଭଞ୍ଜ, ପୁରୀ, ନୟାଗଡ଼ ଓ କଟକ ଜିଲ୍ଲାରୁ ୩ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।
ଅପରପକ୍ଷରେ ଅନୁଗୁଳ, ଝାରସୁଗୁଡ଼ା ଓ ଦେବଗଡ଼ ଜିଲ୍ଲାରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି। ଠିକ୍ ସେହିପରି, ବଲାଙ୍ଗୀର, ସମ୍ବଲପୁର, ଜଗତସିଂହପୁର, ଗଞ୍ଜାମ ଓ ଢେଙ୍କାନାଳ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।
ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୪୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୬୦୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୪୩୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ଏଣେ ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୯, ୮୮,୯୯୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୯, ୭୧, ୩୯୧ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୦, ୯୮୮ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।
The post ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୪ ଜଣ କରୋନା ସଂକ୍ରମିତଙ୍କ ପ୍ରାଣହାନି: ମୃତ୍ୟୁସଂଖ୍ୟା ୬୫୬୫କୁ ବୃଦ୍ଧି first appeared on Sambad.from କରୋନା | Sambad https://ift.tt/3AsU0FH
0 Comments