ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୪୫ହଜାରରୁ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୫ ଶହରୁ କମ୍ ରହିଛି।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪୫,୦୮୩ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୪୬୦ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୩,୨୬,୯୫,୦୩୦ ଓ ମୃତ୍ୟୁସଂଖ୍ୟା ୪,୩୭,୮୩୦ରେ ପହଞ୍ଚିଛି।

Image Courtesy of Outlook India

ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୩୫,୮୪୦ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୩,୧୮,୫୨,୮୦୨ରେ ପହଞ୍ଚିଛି।

ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩,୬୮,୫୫୮।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୬୩,୦୯,୧୭,୯୨୭ ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଗତକାଲି ୭୩,୮୫,୮୬୬ଜଣଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଅଗଷ୍ଟ ୨୮ ତାରିଖ ସୁଦ୍ଧା ସମୁଦାୟ ୫୧,୮୬,୪୨,୯୨୯ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୭,୫୫,୩୨୭ଟି ନମୁନା।

 

The post ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୫,୦୮୩ ନୂଆ କୋଭିଡ୍‌-୧୯ ସଂକ୍ରମିତ ଚିହ୍ନଟ; ମୃତ୍ୟୁସଂଖ୍ୟା ୪୬୦ first appeared on Sambad.

from କରୋନା | Sambad https://ift.tt/3yqgcij